ଜିଲ୍ଲା ଖବର ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲା ସ୍ତରୀୟ ବିଭିନ୍ନ କାର୍ଯ୍ୟକ୍ରମ ର ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ। By Hemant Kumar Ray June 3, 2025June 3, 2025 0 minutes, 0 seconds Read 262 ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତ ପାଳନ ଅବସରରେ ସରକାରଙ୍କ ଜନକଲ୍ୟାଣ ଯୋଜନା ସମ୍ପର୍କରେ ସଚେତନ ସ୍ରୁଷ୍ଟି ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆଜି ଜିଲ୍ଳାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ବିଭିନ୍ନ ଫଳପ୍ରସୂ ପଦକ୍ଷେପ ଏବଂ ପ୍ରଣୀତ ବିବିଧ ଯୋଜନା ଗୁଡିକର ଉଦ୍ଦେଶ୍ଯ ଓ କାର୍ଯ୍ୟାନୟନ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରିବା ଏବଂ ବହୁବିଧ କଲ୍ୟାଣକାରୀ ଦିଗ ସମ୍ପର୍କରେ ସଚେତନ ସ୍ରୁଷ୍ଟି କରିବା ଉଦ୍ଦେଶ୍ୟରେ ଚଳିତ ଜୁନ ମାସ ୧୨ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ ଠାରେ ସାଧାରଣ ସଭା, ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ, ପ୍ରଦର୍ଶନୀ(ବିକାଶ ମେଳା) ଗୋଷ୍ଠୀଗତ ଆଲୋଚନା ଚକ୍ର ତଥା ସଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ପୂର୍ତ୍ତ ବିଭାଗ, ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ, ମିଶନ ଶକ୍ତି ବିଭାଗ,ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଜଙ୍ଗଳ ଓ ପରିବେଶ ଜଳ ବାୟୁ ପରିବର୍ତ୍ତନ ବିଭାଗ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ,ବୟନ ହସ୍ତତନ୍ତ ବିଭାଗ,ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ସମାଜ କଲ୍ଯାଣ ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗ, ଜିଲ୍ଲା ପ୍ରଶାସନ ଓ ଅନ୍ୟ ସମସ୍ତ ବିଭାଗ ର ମିଳିତ ଆନୁକୂଲ୍ୟରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବ। ସମ୍ପୃକ୍ତ ବିଭାଗୀୟ ସମସ୍ତ ଅଧିକାରୀ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ର ସଫଳ ରୂପାୟନ ରେ ପୂର୍ଣ୍ଣ ସହଯୋଗ ରହିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ପ୍ରସ୍ତୁତି ବୈଠକରେ ଖଣ୍ଡିୟ ବନ ଅଧିକାରୀ କଳାହାଣ୍ଡି ( ଉତ୍ତର) କଲାଇ ବନାନ୍,ଖଣ୍ଡିୟ ବନ ଅଧିକାରୀ କଳାହାଣ୍ଡି(ଦକ୍ଷିଣ) ରମେଶ କୁମାର, ଅତିରିକ୍ତ ଜିଲ୍ଲାପାଳ( ସାଧାରଣ) ତନ୍ମୟ କୁମାର ଦରୱାନ,ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ବଇତୁରା ଦୀପ,ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ (ପ୍ରବେଶନ) ଅନିମେସ ପ୍ରଧାନ, ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ମୀନତି ଦାସ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା,ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ନୃସିଂହ ଚରଣ ପଟ୍ଟନାୟକ, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ସମାଜ କଲ୍ଯାଣ ଅଧିକାରୀ ମୁଜି ବୁନ ନିଶା, ପି ଡି, ଡୁଡl ମୁନୀନ୍ଦ୍ର ହୋନାଗା, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସୀଙ୍ଗ ରାଉତ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦ୍ର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମ କୁ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ମହାନନ୍ଦ ପରିଚାଳନା କରିଥିଲେ। Hemant Kumar Ray Editor, News Gallery Mob: 9439506580 Email: newsgallery.in@gmail.com Latest entries ଜିଲ୍ଲା ଖବରMay 28, 2026ସାମ୍ବାଦିକଙ୍କ ପିତୃ ବିୟୋଗ ଜିଲ୍ଲା ଖବରMay 15, 2026ମହାରାଜା ବ୍ରଜ ମୋହନ ଦେଓ ଙ୍କ ୧୩୦ ତମ ଜୟନ୍ତୀ ଜିଲ୍ଲା ଖବରMay 4, 2026ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ ପାଳିତ ଜିଲ୍ଲା ଖବରMay 3, 2026ମା ମାଣିକେଶ୍ୱରୀ ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ
ଜିଲ୍ଲା ଖବର ଆଦିତ୍ୟ କୁମାର ପଣ୍ଡା ଙ୍କୁ ଭଦ୍ୟ,ସଂବର୍ଦ୍ଧନା By Hemant Kumar Ray September 10, 2025September 10, 2025
ଜିଲ୍ଲା ଖବର ଅବକାରୀ ବିଭାଗ ଚଢ଼ାଉ ନକଲି ବିଦେଶୀ ମଦ ଜବତ By Hemant Kumar Ray February 24, 2026February 24, 2026