ନ୍ୟୁଜ ଗ୍ୟାଲେରି, ବଲାଙ୍ଗୀର:ବଲାଙ୍ଗୀର ଜିଲ୍ଲାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେଇ କହିଛନ୍ତି ରାଜ୍ୟରେ ବିଜେପି ସରକାରର ଗୋଟିଏ ବର୍ଷ ପୂର୍ତ୍ତି ସମୟର ଉପଲବ୍ଧି ଉପରେ ବକ୍ତବ୍ୟ ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ଚାଷ ପଦ୍ଧତିକୁ ବିକଶିତ କରିବା ପାଇଁ ମେ’ ମାସ ସୁଦ୍ଧା ୭୮ ହଜାର ୬୮୧ କୃଷି ଯନ୍ତ୍ରପାତି ଯୋଗାଇ ଦିଆଯିବା ସହ ୪୫୯.୬୮ କୋଟି ଟଙ୍କାର ରିହାତି ପ୍ରଦାନ କରାଯାଇଛି। କୃଷିର ବିକାଶ ପାଇଁ ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ଦିଗରେ ରାଜ୍ୟ ସରକାର ଅଗ୍ରାଧିକାର ଭିତ୍ତିରେ କାମ କରୁଛନ୍ତି। ୫ ବର୍ଷ ମଧ୍ୟରେ ୧୫ ଲକ୍ଷ ହେକ୍ଟର ଅଣଜଳସେଚିତ ଜମିକୁ ଜଳସେଚନ ସୁବିଧା ଯୋଗାଇବାର ଲକ୍ଷ୍ୟ ରହିଛି। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମେ ବଦ୍ଧ ପରିକର। ତେଣୁ ରାଜ୍ୟର ସାମଗ୍ରିକ ବିକାଶ ଉପରେ ଆମର ଦୃଷ୍ଟି କେନ୍ଦ୍ରୀଭୂତ ରହିଛି।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

