ନ୍ୟୁଜ ଗ୍ୟାଲେରି, ବଲାଙ୍ଗୀର:ବଲାଙ୍ଗୀର ଜିଲ୍ଲାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେଇ କହିଛନ୍ତି ରାଜ୍ୟରେ ବିଜେପି ସରକାରର ଗୋଟିଏ ବର୍ଷ ପୂର୍ତ୍ତି ସମୟର ଉପଲବ୍ଧି ଉପରେ ବକ୍ତବ୍ୟ ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ଚାଷ ପଦ୍ଧତିକୁ ବିକଶିତ କରିବା ପାଇଁ ମେ’ ମାସ ସୁଦ୍ଧା ୭୮ ହଜାର ୬୮୧ କୃଷି ଯନ୍ତ୍ରପାତି ଯୋଗାଇ ଦିଆଯିବା ସହ ୪୫୯.୬୮ କୋଟି ଟଙ୍କାର ରିହାତି ପ୍ରଦାନ କରାଯାଇଛି। କୃଷିର ବିକାଶ ପାଇଁ ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ଦିଗରେ ରାଜ୍ୟ ସରକାର ଅଗ୍ରାଧିକାର ଭିତ୍ତିରେ କାମ କରୁଛନ୍ତି। ୫ ବର୍ଷ ମଧ୍ୟରେ ୧୫ ଲକ୍ଷ ହେକ୍ଟର ଅଣଜଳସେଚିତ ଜମିକୁ ଜଳସେଚନ ସୁବିଧା ଯୋଗାଇବାର ଲକ୍ଷ୍ୟ ରହିଛି। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମେ ବଦ୍ଧ ପରିକର। ତେଣୁ ରାଜ୍ୟର ସାମଗ୍ରିକ ବିକାଶ ଉପରେ ଆମର ଦୃଷ୍ଟି କେନ୍ଦ୍ରୀଭୂତ ରହିଛି।
Latest entries
ଜିଲ୍ଲା ଖବରNovember 5, 2025ଉତ୍କଳ ଆଲୁମିନା ପକ୍ଷରୁ ଥୁଆମୂଲ୍ ରାମପୁର ବ୍ଲକରେ ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର
ଜିଲ୍ଲା ଖବରNovember 4, 2025ଜଗନ୍ନାଥ ତ୍ରିପାଠୀଙ୍କ ମା କୁମୁଦିନୀ ତ୍ରିପାଠୀ ଆଉ ନାହାନ୍ତି
ଜିଲ୍ଲା ଖବରNovember 4, 2025୬୧ତମ ଜନ୍ମବର୍ଷିକୀ ମହୋତ୍ସବ ”ମହାବୀର ମହୋତ୍ସବ ୨୦୨୫ର ପ୍ରସ୍ତୁତି ବୈଠକ ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରNovember 3, 2025ଆସନ୍ତା ୧୯ରେ ମାଣିକେଶ୍ବରୀ ମହୋତ୍ସବ ସଫଳ ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ

