ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଯୁଗ୍ମ ଅଭିଯୋଗ ଜନଶୁଣାଣି ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ,ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବକୋଣ୍ଡା ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୫୩ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୨୧ ଗୋଟି ଓ ସାମୂହିକ ୩୦ ଗୋଟି ରହିଥିବା ବେଳେ ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରଯାଇଥିଲା ।
ଏଥିରେ ୯ ଗୋଟି ଆପତ୍ତି ଅଭିଯୋଗ ର ତୁରନ୍ତ ସମାଧାନ କରାଯାଇଥିଲା। ଏହି ଯୁଗ୍ମ ଜନଶୁଣାଣି ଶିବିରରେ ଭତ୍ତା,ପ୍ରଧାନମନ୍ତ୍ରୀ ଆବାସ, ଘର ଡିହ, ପାନୀୟଜଳ, ଜମିବିବାଦ, ରାଶନ କାର୍ଡ,ରାସ୍ତା ନିର୍ମାଣ, ଡକ୍ଟର ନିଯୁକ୍ତି ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଶିଶୁ ସୁରକ୍ଷା,ବ୍ୟାଙ୍କ୍, ଗ୍ରାମ୍ୟ ଉନ୍ନୟନ, ପୋଲିସ କେଶ୍, ପୂର୍ତ୍ତ ବିଭାଗ,ଜଙ୍ଗଲ ବିଭାଗ ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ (ପ୍ରବେଶନ) ଅନିମେସ ପ୍ରଧାନ, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଧର୍ମଗଡ଼,ଅଜୟ ପ୍ରକାଶ ତିର୍କୀ, ପଞ୍ଚାୟତ ସମିତି ଅଧ୍ୟକ୍ଷ ରାଜୀବ ଅଗ୍ରୱାଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ହିମାଚଳ ମାଝୀ,ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ,ସହ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

