ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା : ସମଗ୍ର ବିଶ୍ବରେ ଅନ୍ତର୍ଜାତୀୟ ଅବୈଧ ନିଶା ଦ୍ରବ୍ୟ କାରବାର ବିରୋଧ ଦିବସ ପାଳନ କରାଯାଇ ନିଶା ନିବାରଣ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରହିଛି। ନିଶାନିବାରଣ ନିମନ୍ତେ ରାଜ୍ୟ ସରକାର “ଦିଶା” ଯୋଜନା ମାଧ୍ୟମରେ ୧୧ ଟି ନିଶା ମୁକ୍ତ କେନ୍ଦ୍ର ପ୍ରତିଷ୍ଠା କରିଛନ୍ତି ଏବଂ ଭବିଷ୍ୟତରେ ସମସ୍ତ ୩୦ ଟି ଜିଲ୍ଲାରେ ସ୍ଥାପନ କରିବା ପାଇଁ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରିଛନ୍ତି ।
କଳାହାଣ୍ଡି ଜିଲ୍ଲାରେ ନିଶା ନିବାରଣ ନିମନ୍ତେ “ନିଶା ନୁହେ ଜୀବନ” ସମ୍ପର୍କରେ ଜନ ସଚେତନତା ସୃଷ୍ଟିକରିବା ପାଇଁ ଜିଲ୍ଲା ପ୍ରଶାସନ ଓ ଅବକାରୀ ବିଭାଗ ତରଫରୁ ଜିଲ୍ଲାର ସମସ୍ତ ବ୍ଲକରେ ନିଶା ନିବାରଣ ସଚେତନତା ରଥ ପରିକ୍ରମା କରିଥିଲା ଏଥି ସହିତ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ନିଶା ନିବାରଣ ସମ୍ପର୍କରେ ଜନ ସଚେତନତା ସୃଷ୍ଟି କରାଯାଇଥିଲା । ନିଶା ନିବାରଣ ଦିବସ ଅବସରରେ ଜିଲ୍ଲାପାଳଙ୍କ କାର୍ୟାଳୟ ପରିସରରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା ଏବଂ ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାଏକ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଟାଉନ ହଲ ଠାରେ ଏକ ସଭା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ସମ୍ମାନୀତ ଅତିଥିଭାବେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କୁମାର କହଁର, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ ଯୋଗଦେଇ ନିଶା ସେବନର ଅପକାରିତା, ଏହାର ନିରାକରଣ ଓ ଏକ ସୁସ୍ଥ ଓ ନିଶା ମୁକ୍ତ ସମାଜ ଗଠନରେ ବିଶେଷକରୀ ଛାତ୍ରଛାତ୍ରୀ ଓ ଯୁବପିଢିଙ୍କ ପ୍ରମୁଖ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର, ଟ୍ରଫି ଓ ହେଲମେଟ ଅତିଥିମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମକୁ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ ପରିଚାଳନା କରିଥିଲେ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
Latest entries
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ
ଜିଲ୍ଲା ଖବରOctober 6, 2026ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ “ନମୋ ସେବା ଗାଥା” ଅନ୍ତର୍ଗତ ପଥପ୍ରାନ୍ତ ନାଟକ ଅନୁଷ୍ଠିତ
ଜିଲ୍ଲା ଖବରOctober 6, 2026ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର
ଜିଲ୍ଲା ଖବରOctober 4, 2026ଆସନ୍ତା ଅକ୍ଟୋବର ୮ ତାରିଖରେ ଓଡ଼ିଶା ବନ୍ଦ

