ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କଂଗ୍ରେସ କମିଟ ସଭାପତି ଭାବରେ ଜଳନ୍ଧର ନାଏକ ପିସିସି ଙ୍କୁ ସଭାପତି ଭକ୍ତ ଚରଣ ଦାସ ଶ୍ରୀ ନାଏକ ଙ୍କୁ କଳାହାଣ୍ଡି ଜିଲ୍ଲା କଂଗ୍ରେସ କମିଟି ସଭାପତି ଭାବେ ମନୋନୀତ କରିଛନ୍ତି। ଶ୍ରୀ ନାଏକ ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରି ଜିଲ୍ଲା ଯୁବ କଂଗ୍ରେସ ସଭାପତି ଥୁଆମୂଳ ରାମପୁର ବ୍ଳକ କଂଗ୍ରେସ ସଭାପତି ଭାବେ ଦାୟିତ୍ଵ ସୂଚାରୁ ରୂପେ ତୁଲାଇ ଆସୁଥିଲେ।ସେ ଏବେ ଜିଲ୍ଲା ସଭାପତି ଭାବେ ମନୋନୀତ ହୋଇଥିବାରୁ ଆହୁରି କଂଗ୍ରେସ କମିଟିକୁ ମଜଭୁତ କରିବାପାଇଁ ସଂକଳ୍ପ ନେଇଥିବା ପ୍ରକାଶ କରିଛନ୍ତି। ସଭାପତି ହେବା ପରେ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଶ୍ରୀ ନାଏକ ଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ସଭାରେ ଯୁବ ନେତା ମହମ୍ମଦ୍ ସାହେବ, ଜିଲା ଉପ ସଭାପତି ପ୍ରୀତମ ବେହେରା, ସଦର ବ୍ଲକ ସଭାପତି ସୁବାଷ ପ୍ରଧାନ, ବ୍ରଜ ସାହୁ,ସୁଶାନ୍ତ କୁମାର ପ୍ରଧାନୀ,ଆଇନ ଯିବି ନିମାଞ୍ଚଳ ନାଏକ, ମନ୍ଦାକିନି ବଣୁଆ, ପ୍ରମୁଖ ଉପସ୍ଥିତ ଥିଲେ।
Latest entries
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ
ଜିଲ୍ଲା ଖବରOctober 6, 2026ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ “ନମୋ ସେବା ଗାଥା” ଅନ୍ତର୍ଗତ ପଥପ୍ରାନ୍ତ ନାଟକ ଅନୁଷ୍ଠିତ
ଜିଲ୍ଲା ଖବରOctober 6, 2026ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର
ଜିଲ୍ଲା ଖବରOctober 4, 2026ଆସନ୍ତା ଅକ୍ଟୋବର ୮ ତାରିଖରେ ଓଡ଼ିଶା ବନ୍ଦ

