କେସିଙ୍ଗା ବ୍ଲକ ଠାରେ ଜିଲ୍ଲାପାଳ ଙ୍କ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

0 minutes, 0 seconds Read

କଳାହାଣ୍ଡି:ଭବାନୀପାଟଣା,କେସିଙ୍ଗା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ ଦାସ ,ଉପଖଣ୍ଡ ଆରକ୍ଷୀ ଅଧିକାରୀ କେସିଙ୍ଗା ଶ୍ରୀ ରୋହିତ ବର୍ମା, ବି ଡି ଓ ଶ୍ରୀ ପ୍ରଫୁଲ୍ଲ ଅଡୁ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୮୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com
author

Hemant Kumar Ray

Editor, News Gallery Mob: 9439506580 Email: newsgallery.in@gmail.com

Similar Posts