କଳାହାଣ୍ଡି:ଭବାନୀପାଟଣା,କେସିଙ୍ଗା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ ଦାସ ,ଉପଖଣ୍ଡ ଆରକ୍ଷୀ ଅଧିକାରୀ କେସିଙ୍ଗା ଶ୍ରୀ ରୋହିତ ବର୍ମା, ବି ଡି ଓ ଶ୍ରୀ ପ୍ରଫୁଲ୍ଲ ଅଡୁ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୮୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

