ନ୍ୟୁଜଗ୍ୟାଲେରି,ଭବାନୀପାଟଣା:ଭବାନୀପାଟଣା ସ୍ଥିତ ପି.ଏମ୍.ଶ୍ରୀ କେନ୍ଦ୍ରିୟ ବିଦ୍ୟାଲୟ ଠାରେ୭୯ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ପ୍ରିନ୍ସିପାଲ ଭୀମସେନ୍ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହା ପରେ ପରେ ଶିକ୍ଷକ ଶିକ୍ଷୟିତ୍ରୀ ଅଭିଭାଶଣରେ ଛାତ୍ରଛାତ୍ରୀ ଙ୍କ ମନରେ ଜାତୀୟତାର ବହ୍ନି ଉଦ୍ରେକ କରିଥିଲେ । ଏହାପରେ ପ୍ରାଥମିକ, ଉଚ୍ଚପ୍ରାଥମିକ ଓ ମାଧ୍ୟମିକ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଆକର୍ଷଣୀୟ ନୃତ୍ୟ, ସଙ୍ଗୀତ ଉପସ୍ଥାପନା କରାଯାଇଥିଲା।ଯେଉଁଥିରେ ସ୍ୱାଧୀନତା ଦିବସରେ ଭାଷଣ ଏବଂ ଦେଶପ୍ରେମୀ ନୃତ୍ୟ ଅନ୍ତର୍ଭୁକ୍ତ କରାଯାଇଥିଲା ।ଏହା ପରେ ସୁସ୍ବାଦ ସ୍ନାକକ୍ସ ଏବଂ ମିଠା ସମସ୍ତ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରାଯାଇଥିଲା। ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିନେଶ କୁମାର ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ। ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ସ୍ୱାଧୀନତା ଦିବସ ସଫଳତାର ସହ ପାଳନ କରାଯାଇଥିଲା |
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

