ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ଭବାନୀପାଟଣା ସ୍ଥିତ ୪ ର୍ଥ ଶ୍ରେଣୀ କର୍ମଚାରୀ ଭବନ ଠାରେ ଅଣଗେଜେଟେଡ୍ କର୍ମଚାରୀ ସମ୍ମନୟ ସିମୀତି କଳାହାଣ୍ଡି ଶାଖା ଓ ଶ୍ରୀ ଶ୍ରୀ ଶ୍ରୀ ବାଲୁଙ୍କେଶ୍ବର ମନ୍ଦିର ପୁରୁଣା ପଡ଼ା କମିଟି ମିଲିତ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରକୁ ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓଡ଼ିଶା ସରକାର ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଉଦ୍ଘାଟନ କରିଥିଲେ। ଉକ୍ତ ଶିବିରରେ ଲୋକସଭା ସଦସ୍ୟା ମାଳବିକା ଦେବୀ, ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ,ଆରଖୀ ଅଧୀକ୍ଷକ ନାଗରାଜ ଦେବରକୋଣ୍ଡା,ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ତଥା ଜିଲ୍ଲା ରେ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।
ମନ୍ତ୍ରୀ ସରକାରୀ କର୍ମଚାରୀ ତଥା ମନ୍ଦିର କମିଟି ର ଏତାଦୃଶ କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିଥିଲେ ଆଗକୁ ମଧ୍ୟ ଏପରି କାର୍ଯ୍ୟ ଜାରି ରଖୀବାକୁ ଉପଦେଶ ଦେଇଥିଲେ । ରକ୍ତଦାନ ଶିବିରର ମୋଟ୍ ୯୨ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ଭବାନୀପାଟଣା ସଦର ବିଧାୟକ ଭାରତୀୟ ଷ୍ଟେଟ ବ୍ୟାଙ୍କ ଜୁନାଗଡ଼ ରୋଡ ଶାଖା ଓ ଅନ୍ୟାନ୍ୟ ସୁଭେଛ ତଥା ରକ୍ତଭଣ୍ଡାର ସମସ୍ତ କର୍ମଚାରୀ ସହଯୋଗ କରିଥିବାରୁ ଆୟୋଜୋକ କମିଟି ତରଫରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।
Latest entries
ଜିଲ୍ଲା ଖବରApril 6, 2026ଓଡ଼ିଆ ପକ୍ଷ ପାଳନ ଅବସରରେ ଏୈତିହ ଗଣଦୌଡ
ଜିଲ୍ଲା ଖବରApril 6, 2026କଳାହାଣ୍ଡିର ଅଭିଳାଷ ଆଇଆଇଏମ୍ ଟପ୍ପର
ଜିଲ୍ଲା ଖବରApril 5, 2026ଓଡ଼ିଆ ନାମ ଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା
ଜିଲ୍ଲା ଖବରApril 3, 2026କଳାହାଣ୍ଡି ଓକିଲ ସଙ୍ଘ ର ନବ ନିର୍ବାଚିତ କର୍ମକର୍ତା ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

