ନ୍ୟୁଜ ଗ୍ୟାଲେରି, ବ୍ରହ୍ମପୁର: ସ୍ଥାନୀୟ ଦେଶୀ ବେହେରା ସାହିସ୍ଥିତି ବିଜେ ଲକ୍ଷ୍ମୀ ନାରାୟଣ ମନ୍ଦିରରେ ଆନନ୍ଦ ଉଲ୍ଲାସର ସହ ରାତ୍ର ବିଳମ୍ୱିତ ପ୍ରହରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମନ୍ଦିର ପରିସରରେ ଶତାଧିକ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଭାଗବତ ପୂରାଣ ପାଠ କରାଯାଇଥିଲା । ଘଣ୍ଟ ବାଦ୍ୟ, ନୃତ୍ୟ ଭଳି ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଥିଲା । ମନ୍ଦିରର ମୁଖ୍ୟ ମହନ୍ତ ଅନିରୁଦ୍ଧ ଦାସ ମହାରାଜ ଶ୍ରୀକୃଷ୍ଣ ଜନ୍ମ ଓ ନନ୍ଦୋତ୍ସବ ବୃତ୍ତାନ୍ତ ବର୍ଣ୍ଣନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବଡ଼ବଜାର ଅଞ୍ଚଳର ପ୍ରତିଷ୍ଠିତ ବ୍ୟକ୍ତି ଓ ମହିଳାଙ୍କ ସମେତ ବରିଷ୍ଠ ସାମ୍ୱାଦିକ ରବି ରଥ, ଶ୍ରୀନନ୍ଦନ ଦାସ, ମଞ୍ଜୁ ରଥ, ସବିତା ଦାସ, ଅଧ୍ୟାପିକା ସୁଦତ୍ତା ରଥ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

