Hemant Kumar Ray
Editor, News Gallery Mob: 9439506580 Email: newsgallery.in@gmail.com
ଭବାନୀପାଟଣା ନଗର ପରିକ୍ରମା କରିଥିଲେ , ଟାଉନ ହଲ୍ ଠାରେ ଜିଲ୍ଲା ଭାଜପା ପକ୍ଷରୁ ଅନୁଷ୍ଠିତ ସମ୍ବର୍ଦ୍ଧନା ଓ ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଜିଲ୍ଲା ସଭାପତି ଯୁଗଳ କିଶୋର ପୋଡ଼ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, କଳାହାଣ୍ଡି ସାଂସଦ ମାଳବିକା ଦେବୀ, ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ପୂର୍ବତନ ମନ୍ତ୍ରୀ ପ୍ରଦୀପ୍ତ ନାଏକ, ହିମାଂଶୁ ଶେଖର ମେହେର, ପୂର୍ବତନ ସାଂସଦ ଅର୍କ କେଶରୀ ଦେଓ, ପୂର୍ବତନ ଜିଲା ସଭାପତି ଦେବେନ୍ଦ୍ର ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ରମେଶ ମାଝୀ,ପୂର୍ବତନ ଜିଲ୍ଲା ଉପ ସଭାପତି ପ୍ରଶାନ୍ତ ସାହୁ ,ମୁକେଶ ଅଗ୍ରୱାଲ ଜିଲ୍ଲା ସାଧାରଣ ସମ୍ପାଦକ ଜୟ ଶଙ୍କର ନାଏକ ଓ ଜିଲ୍ଲା ମିଡିଆ ସଂଯୋଜକ ନରହରି ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଓ ଏହା ଦ୍ୱାରା ସାଧାରଣ ଲୋକ କିପରି ଉପକୃତ ହେଉଛନ୍ତି ସେ ଉପରେ ରାଜ୍ୟ ସଭାପତି ସାମଲ ଉଦ୍ବୋଧନ ଦେଇଥିଲେ। କଂଗ୍ରେସ ପାଇଁ କୌଣସି ପ୍ରସଙ୍ଗ ନ ଥିବାରୁ ଏବେ ଭାଜପାର ମିଥ୍ୟା କଥା ପ୍ରଚାରକରି ଶାସନକୁ ଆସିବାର ଦିବା ସ୍ବପ୍ନ ଦେଖୁଛି। ହେଲେ କଂଗ୍ରେସକୁ ଲୋକେ ନିର୍ବାଚନ ସମୟରେ ଉଚିତ ଜବାବ ଦେବେ। କେନ୍ଦ୍ରର ମୋଦି ସରକାର ଓ ରାଜ୍ୟର ମୋହନ ସରକାରଙ୍କ ଜନହିତକର ଯୋଜନା ତୃଣମୂଳ ସ୍ତରରେ ପହଞ୍ଚାଇବା ସହ ସଙ୍ଗଠନକୁ ମଜଭୁତ କରିବା ପାଇଁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ।
କାର୍ଯ୍ୟକ୍ରମରେ କଳାହାଣ୍ଡି ସାଙ୍ଗଠନିକ ୪୧ ମଣ୍ଡଳର ଶତାଧିକ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ। ଅପରାହ୍ନରେ ସର୍କିଟ ହାଉସଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଯୋଗଦେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନା ଓ ଆଗାମୀ କାର୍ଯ୍ୟପନ୍ଥା ଉପରେ କହିବା ସହ ଉପସ୍ଥିତ ଖବରଦାତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ। ପରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରି ଗୁରୁମନ୍ତ୍ର ଦେଇଥିଲେ
Editor, News Gallery Mob: 9439506580 Email: newsgallery.in@gmail.com
