ମାଣିକେଶ୍ବରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ମହାପ୍ରଭୁ ଶ୍ରୀ ଗଣେଶଙ୍କ ପୂଜନୋତ୍ସବ ପାଳିତ

ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ଭବାନୀପାଟଣା ସ୍ଥିତ ମାଣିକେଶ୍ବରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ମହା ସମାରୋହରେ ମହାପ୍ରଭୁ ଶ୍ରୀ ଗଣେଶଙ୍କ ପୂଜନୋତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତରହି ଉତ୍ସବଟିକୁ ଅତିଉତ୍ସାହର ସହିତ ପାଳନ କରିଥିଲେ। ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କଦ୍ୱାରା ସ୍ଵନିର୍ମିତ ମୂର୍ତ୍ତି ତିଆରି ଚଳିତ ବର୍ଷର ମୁଖ୍ୟ ଆକର୍ଷଣ ଥିଲା। ନିମନ୍ତ୍ରିତ ଅତିଥି, ପୁରାତନ ଛାତ୍ର, ଅଭିଭାବକ ଓ ଅଭିଭାବିକା ଉକ୍ତ ପୂଜାରେ ଉପସ୍ଥିତ ଥିଲେ। ପୂଜାର ମୁଖ୍ୟ କର୍ତ୍ତା ଭାବରେ ପ୍ରଧାନ ଶିକ୍ଷକ ଧର୍ମେନ୍ଦ୍ର କୁମାର ପ୍ରଧାନ ପୂଜାକାର୍ଯ୍ୟ ସମ୍ପର୍ଣ୍ଣ କରିଥିଲେ। ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଏହି ପୂଜାରେ ସାମିଲ ହୋଇଥିଲେ। ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀଙ୍କ ସହଯୋଗରେ ପୂଜା ସମାପନ ପରେ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ମିଷ୍ଠାନ୍ନ ପ୍ରସାଦ ବଣ୍ଟନ କରାଯାଇଥିଲା।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com