ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ଭବାନୀପାଟଣା ସ୍ଥିତ ମାଣିକେଶ୍ବରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ମହା ସମାରୋହରେ ମହାପ୍ରଭୁ ଶ୍ରୀ ଗଣେଶଙ୍କ ପୂଜନୋତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତରହି ଉତ୍ସବଟିକୁ ଅତିଉତ୍ସାହର ସହିତ ପାଳନ କରିଥିଲେ।
ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କଦ୍ୱାରା ସ୍ଵନିର୍ମିତ ମୂର୍ତ୍ତି ତିଆରି ଚଳିତ ବର୍ଷର ମୁଖ୍ୟ ଆକର୍ଷଣ ଥିଲା। ନିମନ୍ତ୍ରିତ ଅତିଥି, ପୁରାତନ ଛାତ୍ର, ଅଭିଭାବକ ଓ ଅଭିଭାବିକା ଉକ୍ତ ପୂଜାରେ ଉପସ୍ଥିତ ଥିଲେ। ପୂଜାର ମୁଖ୍ୟ କର୍ତ୍ତା ଭାବରେ ପ୍ରଧାନ ଶିକ୍ଷକ ଧର୍ମେନ୍ଦ୍ର କୁମାର ପ୍ରଧାନ ପୂଜାକାର୍ଯ୍ୟ ସମ୍ପର୍ଣ୍ଣ କରିଥିଲେ। ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଏହି ପୂଜାରେ ସାମିଲ ହୋଇଥିଲେ। ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀଙ୍କ ସହଯୋଗରେ ପୂଜା ସମାପନ ପରେ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ମିଷ୍ଠାନ୍ନ ପ୍ରସାଦ ବଣ୍ଟନ କରାଯାଇଥିଲା।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

