ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ସ୍ତାନୀୟ ଟାଉନ ହଲ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଅକ୍ଟୋବର ନଅ ତାରିଖ ଦିନ ଅମଲା ଭବନ ଠାରେ ବରିଷ୍ଠ ନାଗରିକ ମାନଙ୍କର ଏକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା।ଏଥିରେ ରକ୍ତଚାପ, ମଧୁମେହ,ଚକ୍ଷୁ ପରୀକ୍ଷା ଇତ୍ୟାଦି ଚିକିତ୍ସା କରାଯାଇଥିଲା। ଟାଉନ୍ ହଲ୍ ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳନ ଅବସରରେ ସକାଳ ସାତ ଘଟିକା ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ନିହାରେନ୍ଦ୍ର ପଣ୍ଡା ଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ନାଗରିକ ମାନଙ୍କ ମଧ୍ୟରେ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା, ଯୋଗ ଶିବିର ପରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଶମିତl ରାୟ ଙ୍କ ଅଧ୍ୟକ୍ଷତାରେ ସଚେତନତା ସଭା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।
ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ତନ୍ମୟ କୁମାର ଦରୱାନ,ସମ୍ମାନିତ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡା ନିହାରେନ୍ଦ୍ର ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଶୁଭ୍ରାଂଶୁ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସୀଙ୍ଗ ରାଉତ, ଜିଲ୍ଲା ବରିଷ୍ଟ ନାଗରିକ ସଂଘ ର ଉପ ସଭାପତି ମଳୟ ମୁଣ୍ଡ, ଅବସର ପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ର ସଭାପତି ଶରତ ଚନ୍ଦ୍ର ନାୟକ, ଭାଜପା ଜିଲ୍ଲା ସଭାପତି ଯୁଗଳ କିଶୋର ପୋଡ଼,ଏମ୍ ପି ଙ୍କ ପ୍ରତିନିଧି ଜୟଶଙ୍କର ନାୟକ ଯୋଗଦେଇ ବରିଷ୍ଠ ନାଗରିକ ଦିବସ ପାଳନ ର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମ ରେ କିଛି ବରିଷ୍ଠ ନାଗରିକ ମାନଙ୍କୁ ସମ୍ମାନିତ କରିବା ସହିତ ବରିଷ୍ଠ ନାଗରିକ ମାନଙ୍କୁ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିଲା। ଏହି ଅବସରରେ ଅନୁଷ୍ଠିତ ପ୍ରବନ୍ଧ ପ୍ରତିଯୋଗିତା ରେ କୃତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ କୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଜୁନାଗଡ ତୁଷାର ରଞ୍ଜନ ସାହୁ ପରିଚାଳନା କରିଥିଲେ। ଏଥିରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ର କର୍ମଚାରୀ ସହଯୋଗ କରିଥିଲେ।
Latest entries
ଜିଲ୍ଲା ଖବରFebruary 25, 2026ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଏକ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା
ଜିଲ୍ଲା ଖବରFebruary 24, 2026ଅବକାରୀ ବିଭାଗ ଚଢ଼ାଉ ନକଲି ବିଦେଶୀ ମଦ ଜବତ
ଜିଲ୍ଲା ଖବରFebruary 21, 2026ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ।
ଜିଲ୍ଲା ଖବରFebruary 17, 2026ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

