କଳାହାଣ୍ଡି:ଭବାନୀପାଟଣା,ବଦଳୁଛି ମିଲ୍ଲେଟ୍ସ ପ୍ରସ୍ତୁତ ଖାଦ୍ୟ କୁ ପରସିବାର ଏବଂ ଅପଣେଇବାର ଢାଞ୍ଚା।
୨୦୨୩ ମସିହା କୁ ଅନ୍ତର୍ଜାତୀୟ ମିଲେଟ ବର୍ଷ ଭାବରେ ଘୋଷଣା କରାଯାଇଛି। କିନ୍ତୁ ୫ ବର୍ଷ ପୂର୍ବରୁ ଓଡିଶା ସରକାର ଓଡିଶା ମିଲକେଟ ମିଶନ ଜ଼ରିଆରେ ଖ୍ୟୁଦ୍ରଶସ୍ୟ ବା ମିଲେଟ କୁ ପ୍ରୋତ୍ସାହନ ଦେବା ଏବଂ ଏହାର ବ୍ୟବହାର ବୃଦ୍ଧି ନିମନ୍ତେ ଅବିରତ କାର୍ଯ୍ୟ କରି ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଓଡିଶା ମିଲ୍ଲେଟ୍ସ ମିଶନ ସହାୟତା ରେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ବିଭିନ୍ନ ସହାୟତା ଜ଼ରିଆରେ ସମୃଦ୍ଧ କରି ଆସୁଅଛି। ଏହି ଅବସର ରେ ସଂପ୍ରତ୍ତି ଜିଲ୍ଲା ପରିଷଦ ପରିସରରେ ଏକ ମିଲେଟ ଶକ୍ତି ଆଉଟ୍ଲେଟ ର ଶୁଭ ଉଦ୍ଘାଟନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହ ଦେଓ ଙ୍କ କରକମଳରେ ଉଦ୍ଧଘାଟିତ ହୋଇଯାଇଛି ।
ଏହି ମିଲେଟ ଶକ୍ତି ଆଉଟ୍ଲେଟ ର ପରିଚାଳନା କଲ୍ୟାଣି ସ୍ୱୟଂ ସହୟକ ଗୋଷ୍ଠୀ ଦ୍ୱାରା କରାଯିବାର ବ୍ୟବସ୍ଥା କରା ଯାଇ ଅଛି। ଏହି କାର୍ଯ୍ୟକ୍ରମ କୁ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ, ମୂଖ୍ୟ ଉନ୍ନୟନ ଅଧିକାରୀ ଓ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସଚିନ୍ ପାୱାର,ଭବାନୀପାଟଣା ପୌରପାଳିକା ଅଧକ୍ଷା ଶ୍ରୀମତୀ ସଂଯୁକ୍ତା ବେହେରା ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, କଳାହାଣ୍ଡି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ପ୍ରକଳ୍ପ ପରିଚାଳକ, ଓଡିଶା ଜୀବିକା ମିଶନ, ଜିଲ୍ଲା ପ୍ରକଳ୍ପ ସଂଯୋଜକ, ମିଶନ ଶକ୍ତି, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଡେପୁଟି କାର୍ଯ୍ୟ ନିର୍ବାହୀ ଅଧିକାରୀ, ଅରମାସ ,ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

