ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ୬୧ତମ ମହାବୀର ମହୋତ୍ସବର ତୃତୀୟ ଦିବସ ପୂର୍ବାହ୍ନରେ କଲେଜ ଛାତ୍ରଛାତ୍ରୀଙ୍କୁ ନେଇ କ୍ଵିଜ ପ୍ରତିଯୋଗିତା ପରେ ମଧ୍ୟାହ୍ନରେ ମହିଳାଙ୍କୁ ନେଇ କ୍ଷୁଦ୍ର କବିତା ଓ ଗଳ୍ପ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅପରାହ୍ନରେ ୯ରୁ ୧୪ ବର୍ଷ ବୟସର ଛାତ୍ରଛାତ୍ରୀଙ୍କୁ ନେଇ ଶିଶୁନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ତୃତୀୟ ଦିବସର ସଭା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଶିକ୍ଷା ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି କୃଷ୍ଣାବତାର ଦେଓ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଦସ୍ୟ ଚିଣ୍ଟୁ ପ୍ରସାଦ ନାଏକ ଯୋଗ ଦେଇଥିଲେ। ମହାବୀର ସାଂସ୍କୃତିକ ଅନୁଷ୍ଠାନର ସଭାପତି ଶାନ୍ତନୁ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନର ଉପସଭାପତି ସଞ୍ଜୟ କୁମାର, ସାଧାରଣ ସଂପାଦକ ସତ୍ୟ ନାରାୟଣ ସିଂହ, ନାଟ୍ୟ ସଂପାଦକ ସୁଶାନ୍ତ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ଯୁଗ୍ମ ସଂପାଦକ ସଞ୍ଜୀବ ସିଂହ ସଭା ପରିଚାଳନା କରିଥିଲେ ଓ ଉପସଭାପତି ଶ୍ରୀ କୁମାର ଧନ୍ୟବାଦ ଅର୍ପଣ କରିଥିଲେ।
Latest entries
ଜିଲ୍ଲା ଖବରOctober 6, 2026ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ “ନମୋ ସେବା ଗାଥା” ଅନ୍ତର୍ଗତ ପଥପ୍ରାନ୍ତ ନାଟକ ଅନୁଷ୍ଠିତ
ଜିଲ୍ଲା ଖବରOctober 6, 2026ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର
ଜିଲ୍ଲା ଖବରOctober 4, 2026ଆସନ୍ତା ଅକ୍ଟୋବର ୮ ତାରିଖରେ ଓଡ଼ିଶା ବନ୍ଦ
ଜିଲ୍ଲା ଖବରOctober 3, 2026ଭବାନିପାଟଣା ବିଧାୟକ ସାଗର ଚରଣ ଦାସଙ୍କ ସହ କଥିତ ଦୁର୍ବ୍ୟବହାର ପ୍ରତିବାଦ

