ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ୬୧ତମ ମହାବୀର ମହୋତ୍ସବର ତୃତୀୟ ଦିବସ ପୂର୍ବାହ୍ନରେ କଲେଜ ଛାତ୍ରଛାତ୍ରୀଙ୍କୁ ନେଇ କ୍ଵିଜ ପ୍ରତିଯୋଗିତା ପରେ ମଧ୍ୟାହ୍ନରେ ମହିଳାଙ୍କୁ ନେଇ କ୍ଷୁଦ୍ର କବିତା ଓ ଗଳ୍ପ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅପରାହ୍ନରେ ୯ରୁ ୧୪ ବର୍ଷ ବୟସର ଛାତ୍ରଛାତ୍ରୀଙ୍କୁ ନେଇ ଶିଶୁନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ତୃତୀୟ ଦିବସର ସଭା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଶିକ୍ଷା ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି କୃଷ୍ଣାବତାର ଦେଓ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଦସ୍ୟ ଚିଣ୍ଟୁ ପ୍ରସାଦ ନାଏକ ଯୋଗ ଦେଇଥିଲେ। ମହାବୀର ସାଂସ୍କୃତିକ ଅନୁଷ୍ଠାନର ସଭାପତି ଶାନ୍ତନୁ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନର ଉପସଭାପତି ସଞ୍ଜୟ କୁମାର, ସାଧାରଣ ସଂପାଦକ ସତ୍ୟ ନାରାୟଣ ସିଂହ, ନାଟ୍ୟ ସଂପାଦକ ସୁଶାନ୍ତ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ଯୁଗ୍ମ ସଂପାଦକ ସଞ୍ଜୀବ ସିଂହ ସଭା ପରିଚାଳନା କରିଥିଲେ ଓ ଉପସଭାପତି ଶ୍ରୀ କୁମାର ଧନ୍ୟବାଦ ଅର୍ପଣ କରିଥିଲେ।
Latest entries
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ
ଜିଲ୍ଲା ଖବରSeptember 5, 2026ସରକାରଙ୍କ ସିଏମ୍ କିସାନ

