ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାପାଲଙ୍କ କାର୍ଯ୍ୟଳୟ ଠାରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ କୁ କଳାହାଣ୍ଡି ସାଂସଦ ମାଳବିକା ଦେବୀ ଉଦ୍ଧଘାତନ କରିଥିବାବେଲେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡା ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ସମସ୍ତଙ୍କୁ ସତ୍ୟ ପାଠ କରାଇଥିଲେ।
କଳାହାଣ୍ଡି ଜିଲ୍ଳାପାଳ ଙ୍କ କାର୍ଯ୍ୟାଳୟ ଠାରୁ ମା ମାଣୀକେଶ୍ୱରୀ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ପଦଯାତ୍ରାରେ କଳାହାଣ୍ଡି ସାଂସଦ ମାଳବିକା ଦେବୀ, ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଅତିରିକ୍ତ ଜିଲ୍ଲାପାଳ ତନ୍ନମୟ କୁମାର ଦରୱାନ, ଉପ ଜିଲ୍ଲାପାଳ ପ୍ରଭାତ କୁମାର ପରିଡା, ବିଜେପି ଜିଲ୍ଲା ସଭାପତି ଯୁଗଲ କିଶୋର ପୋଢ଼ ଏବଂ ବହୁ ଛାତ୍ରଛାତ୍ରୀ ସମେତ କଳାହାଣ୍ଡି ର ଜନସାଧାରଣ ରେଲୀ ରେ ସାମିଲ ହୋଇଥିଲେ। ଏହି ପଦଯାତ୍ରା ମାଧ୍ୟମରେ ସର୍ଦ୍ଦାର ପଟେଲଙ୍କ ଏକତାବାଦୀ ଆଦର୍ଶ ଓ ସଂଗଠିତ ଭାରତର ସ୍ୱପ୍ନକୁ ପୁନଃ ସ୍ମରଣ କରାଯାଇଥିଲା ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

