ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ବିଭିନ୍ନ ସାଂସ୍କୃତିକ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ରୁ ଓଡ଼ିଶା ସଙ୍ଗୀତ ନାଟକ ଏକା ଡେମୀ ସମ୍ମାନ ଓ କବିଚନ୍ଦ୍ର କାଳି ଚରଣ ପଟ୍ଟନାୟକ ଯୁବ ସମ୍ମାନ ରେ ସମ୍ମାନିତ ହୋଇଥିବା କଳାହାଣ୍ଡି ଜିଲ୍ଲା ର ଗୁରୁ ପବିତ୍ର ଗହିର ଓ ଗୌରୀଶଙ୍କର ଦୁର୍ଗା ଙ୍କୁ କଳାହାଣ୍ଡି ଜିଲ୍ଲା ର ବିଭିନ୍ନ ସାଂସ୍କୃତିକ ସଂଗଠନ ଆଜି ମହାବୀର ସାଂସ୍କୃତିକ ଅନୁଷ୍ଠାନ ର ସମ୍ମିଳନୀ କକ୍ଷ ଠାରେ ସମ୍ବର୍ଦ୍ଧନା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି ସମ୍ବର୍ଦ୍ଧନା ସଭା ରେ ସାଂସ୍କୃତିକ ଅଧିକାରୀ ବିବେକାନନ୍ଦ ମହାନନ୍ଦ ,ମହାବୀର ସାଂସ୍କୃତିକ ଅନୁଷ୍ଠାନ ର ସଭାପତି ଶାନ୍ତନୁ କୁମାର ବେହେରା,ସାଧାରଣ ସମ୍ପାଦକ ସତ୍ୟ ନାରାୟଣ ସିଂହ, ଚିନ୍ତୁ ନାଏକ , ମହାବୀର ସାଂସ୍କୃତିକ ଅନୁଷ୍ଠାନ ର ପୂର୍ବତନ ସଭାପତି ଜୟନ୍ତ କୁମାର ବେହେରା, ଉପ ସଭାପତି ସଞ୍ଜୟ କୁମାର ଯୋଗ ଗୁରୁ ପବିତ୍ର ଗହିର ଓ ଗୌରୀଶଙ୍କର ଦୁର୍ଗା ଙ୍କୁ ପୁଷ୍ପା ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ।ଏହି ସମ୍ବର୍ଦ୍ଧନା ସଭାକୁ ଯୁଗ୍ମ ସମ୍ପାଦକ ସଞ୍ଜୟ କୁମାର ସିଂହ ପରିଚାଳନା କରିଥିବାବେଳେ ସୁଶାନ୍ତ କୁମାର ସିଂହ ଧନ୍ୟବାଦ ଅର୍ପଣ କରିଥିଲେ।
Latest entries
ଜିଲ୍ଲା ଖବରApril 6, 2026ଓଡ଼ିଆ ପକ୍ଷ ପାଳନ ଅବସରରେ ଏୈତିହ ଗଣଦୌଡ
ଜିଲ୍ଲା ଖବରApril 6, 2026କଳାହାଣ୍ଡିର ଅଭିଳାଷ ଆଇଆଇଏମ୍ ଟପ୍ପର
ଜିଲ୍ଲା ଖବରApril 5, 2026ଓଡ଼ିଆ ନାମ ଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା
ଜିଲ୍ଲା ଖବରApril 3, 2026କଳାହାଣ୍ଡି ଓକିଲ ସଙ୍ଘ ର ନବ ନିର୍ବାଚିତ କର୍ମକର୍ତା ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

