ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ବରିଷ୍ଠ ନାଗରିକ ସଂଘର ଅଷ୍ଟମ ବାର୍ଷିକ ଉତ୍ସବ ଓ ସାଧାରଣ ସଭା ରିଷିଗାଁ ଡଙ୍ଗରି ପଡ଼ା ସ୍ଥିତ ଏସ କେ ହିଲ୍ ଭ୍ୟୁ ଠାରେ ଅନୁଷ୍ଠିତ ହୋଯାଇଛି। ସଂଘର ସଭାପତି ବିଜୟ କୁମାର ହୋତାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ଓଡ଼ିଶା ବରିଷ୍ଠ ନାଗରିକ ମହାସଂଘର ସାଧାରଣ ସମ୍ପାଦକ ରାଜକିଶୋର ସାମନ୍ତରାୟ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ପଶ୍ଚିମ ଓଡ଼ିଶା ବରିଷ୍ଠ ନାଗରିକ ମହାସଂଘର ସଭାପତି ପ୍ରଫେସର ଟହଲୁ ସାହୁ ମୁଖ୍ୟ ବକ୍ତା ଓ ଧର୍ମଗଡ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।
କଳାହାଣ୍ଡି ବରିଷ୍ଠ ନାଗରିକ ସଂଘର ଯୁଗ୍ମ ସମ୍ପାଦକ ସବିତା ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ। ସଂଘର ସାଧାରଣ ସମ୍ପାଦକ ଗିରିଜା ଶଙ୍କର ବାବୁ ସ୍ବାଗତ ଭାଷଣ ସହ ସଂଘର ବାର୍ଷିକ ବିବରଣୀ ପାଠ କରିଥିଲେ। ବରିଷ୍ଠ ନାଗରିକ ମାନଙ୍କୁ ଜିଲ୍ଲା ଏସପି ଙ୍କ ଦ୍ଵାରା ପରିଚୟ ପତ୍ର ପ୍ରଦାନ ଓ ଜିଲ୍ଲାରେ ବରିଷ୍ଠ ନାଗରିକ ସିକ୍ୟୁରିଟି ସେଲ୍ ଗଠନ ନିମନ୍ତେ ପଦକ୍ଷେପ ନେବାକୁ ଦାବି କରାଯାଇଥିଲା। ସେହିପରି କଳାହାଣ୍ଡି ବରିଷ୍ଠ ନାଗରିକ ସଂଘ ନିମନ୍ତେ ସରକାରୀ ଜମି ଲିଜ୍ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ମତ ପ୍ରକାଶ ପାଇଥିଲା। ଏହି ଉପଲକ୍ଷେ ଉଭୟ ପୁରୁଷ ଓ ମହିଳା ବର୍ଗରେ ବରିଷ୍ଠ ନାଗରିକ ମାନଙ୍କ ମଧ୍ୟରେ ଅନୁଷ୍ଠିତ ପ୍ରତିଯୋଗିତା ଗୁଡ଼ିକର ବିଜେତା ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ୮୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ୧୧ ଜଣ ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବରିଷ୍ଠ ସଦସ୍ୟ ସୁମନ କୁମାର ରଥ ମଞ୍ଚ ପରିଚାଳନା କରିଥିଲେ ଓ ଉପ ସଭାପତି ମଳୟ କୁମାର ମୁଣ୍ଡ ଧନ୍ୟବାଦ ଅର୍ପଣ କରିଥିଲେ।
Latest entries
ଜିଲ୍ଲା ଖବରJanuary 7, 2026ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି ବୈଠକ ।
ଜିଲ୍ଲା ଖବରJanuary 5, 2026ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଦ୍ଵିତୀୟ ଦିବସ
ଜିଲ୍ଲା ଖବରJanuary 5, 2026ଭାରତୀୟ ଜନତା ପାର୍ଟି ର ଟିପିଗୁଡା ମଣ୍ତଳ ସ୍ତରୀୟ କାର୍ଯ୍ୟକର୍ତ୍ତା ବୈଠକ
ଜିଲ୍ଲା ଖବରJanuary 4, 2026କଳାହାଣ୍ଡି ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ

