ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ସ୍ଥାନୀୟ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ୨୦୨୫-୨୬ ଅବସରରେ ଦ୍ୱିତୀୟ ପର୍ଯ୍ୟାୟ ଜିଲ୍ଲାସ୍ତରୀୟ ଆଦର୍ଶ ସଂସଦ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୌଜନ୍ୟରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାର ୧୩ଟି ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ।
ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରିଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ୍,ମୁଖ୍ୟ ବକ୍ତା ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ତ୍ରିଲୋଚନ ଜେନା, ସମ୍ମାନୀତ ଅତିଥି ଭାବେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ପବିତ୍ର ମୋହନ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶୁଭଲକ୍ଷ୍ମୀ ନାୟକ, ହେମସାଗର ମହାନନ୍ଦ ଓ ତପିମଣି ଜାନୀ ପ୍ରମୁଖ ମଞ୍ଚାସୀନ ହୋଇଥିଲେ। କାର୍ଯ୍ୟକ୍ରମ ପରେ କୃତି ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦ ମଞ୍ଚ ପରିଚାଳନା କରିଥିବା ବେଳେ ସମଗ୍ର ଶିକ୍ଷା ଯୋଜନା ସଂଯୋଜିକା ନୀହାରିକା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଷଷ୍ଠୀ ଝାଙ୍କର, ବୀରେନ୍ଦ୍ର ଆଚାର୍ଯ୍ୟ, ପ୍ରଶାନ୍ତ ନନ୍ଦ, ହରିଶ୍ଚନ୍ଦ୍ର ମୁଣ୍ଡ, ଅମରେଶ ନେଗୀଙ୍କ ସମେତ ସମସ୍ତ ବି ଇ ଓ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।
Latest entries
ଜିଲ୍ଲା ଖବରSeptember 18, 2026ପ୍ରଧାନମନ୍ତ୍ରୀଙ୍କ ୭୬ତମ ଜନ୍ମଦିବସରେ ଆଶୀର୍ବାଦ ଦୀପ ପ୍ରଜ୍ୱଲନ
ଜିଲ୍ଲା ଖବରSeptember 10, 2026ଜିଲ୍ଲା ସ୍ତରୀୟ ” ବେଟି ବଚାଓ ବେଟି ପଢ଼ାଓ” ସମନ୍ନୟ ବୈଠକ ଅନୁଷ୍ଠିତ
ଜିଲ୍ଲା ଖବରSeptember 9, 2026ବିଦ୍ୟୁତ୍ ସଂସ୍ପର୍ଶରେ ମା’-ଝିଅଙ୍କ ମୃତ୍ୟୁ
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ

