oplus_0

କଳାହାଣ୍ଡି ଜିଲ୍ଲା ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ଉଦଯାପିତ

0 minutes, 0 seconds Read

ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ସ୍ଥାନୀୟ ପିଏମ୍ ଶ୍ରୀ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ଉଦଯାପିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୌଜନ୍ୟରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାର ୩୨ଟି ପିଏମ୍ ଶ୍ରୀ ବିଦ୍ୟାଳୟର ୧୩୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଯୋଗଦେଇ ଆକାଂକ୍ଷୀ ମେଳା, ଆକାଂକ୍ଷୀ ଛାତ୍ର ପରିଷଦର ଜିଜ୍ଞାସା, କୌଶଳୀ, କ୍ରୀଡ଼ାଙ୍ଗନ ଓ ସାହିତ୍ୟ ସୃଜନୀ, ଦୋକାନ ଯାତ୍ରା, କୁଇଜ୍, ପତ୍ରିକା ଆଦି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।ଉଦଯା ପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ସାଂସଦ ମାଳବିକା ଦେବୀ, ମୁଖ୍ୟ ବକ୍ତା ଭାବେ ଟିଟିଲାଗଡ଼ ଡିଏଭି ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ଶିବପ୍ରସାଦ ବେହେରା, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଅନିମେଷ ପ୍ରଧାନ, ବ୍ରହ୍ମପୁର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ପବିତ୍ର ମୋହନ ସାହୁ, ସଦର ବିଧାୟକଙ୍କ ପ୍ରତିନିଧି ଇନ୍ଦ୍ରଜିତ୍ ମହାକୁଡ଼, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତପିମଣି ଜାନୀ ଓ ହେମସାଗର ମହାନନ୍ଦ ଉପସ୍ଥିତ ଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରି ସଭାପତିତ୍ୱ କରିଥିଲେ।ପ୍ରାରମ୍ଭରେ ତଳବେଲଗାଁ ଉଚ୍ଚ ବିଦ୍ୟାଳୟର ଛାତ୍ରୀମାନେ ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦ ଉଦ୍ଦେଶ୍ୟ ଜ୍ଞାପନ ଓ ସ୍ଵାଗତ ଭାଷଣ ଦେଇଥିବା ବେଳେ ପ୍ରଶାନ୍ତ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।ପଞ୍ଚସଖା ଶିକ୍ଷା ସେତୁ ଜିଲ୍ଲା ସଂଯୋଜକ ପ୍ରଶାନ୍ତ ନନ୍ଦ। ପରେପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଘୁମୁରା, ଓଡ଼ିଶୀ, ଲୋକନୃତ୍ୟ, କ୍ଷୁଦ୍ର ନାଟିକା ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଭବିଷ୍ୟତ କ୍ୟାରିୟର ମାର୍ଗଦର୍ଶନ, ଆର୍ଥିକ ସାକ୍ଷରତା, ସାଇବର ସୁରକ୍ଷା, ସ୍ବାସ୍ଥ୍ୟ ଓ ପରିଷ୍କାର ପରିଚ୍ଛନ୍ନତା ତଥା ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନିତ ଅତିଥି ରୂପେ ଶିକ୍ଷାବିତ୍ ଶିବପ୍ରସାଦ ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ହେମସାଗର ମହାନନ୍ଦ ଓ ତପିମଣି ଜାନୀ, ବ୍ରଜମୋହନ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଷଷ୍ଠୀ ଝାଙ୍କର, ଜୁନାଗଡ଼ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ନେପାଳ ଚନ୍ଦ୍ର ବାଗ ତଥା ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ମଞ୍ଚାସୀନ ରହି କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ। ଚଳିତ ବର୍ଷ ପାଇଁ ଶ୍ରେଷ୍ଠ ପିଏମ୍ ଶ୍ରୀ ବିଦ୍ୟାଳୟ ଭାବେ ଭବାନୀପାଟଣା ପିଏମ୍ ଶ୍ରୀ ମୁନିସିପାଲ ହାଇସ୍କୁଲକୁ ପୁରସ୍କୃତ କରାଯାଇଥିଲା। ପଲମ ସିଆରସିସି ଡିଲେଶ୍ୱର ରଣା ସଭା ପରିଚାଳନା କରିଥିବା ବେଳେ ଶିକ୍ଷକ ନୀଳାଞ୍ଚଳ ପାନ ସାଂସ୍କୃତିକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଶେଷରେ ଶିକ୍ଷକ ସୁଧୀର ଧଙ୍ଗଡ଼ାମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। ବୀରେନ୍ଦ୍ର ଆଚାର୍ଯ୍ୟ, ପ୍ରଶାନ୍ତ ନନ୍ଦ, ହରିଶ୍ଚନ୍ଦ୍ର ମୁଣ୍ଡ, ଅମରେଶ ନେଗୀଙ୍କ ସମେତ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com
author

Hemant Kumar Ray

Editor, News Gallery Mob: 9439506580 Email: newsgallery.in@gmail.com

Similar Posts