ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ୭୭ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଭବାନୀପାଟଣା ସ୍ଥିତ ରିଜର୍ଭ ପଡିଆ ଠାରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେଇଥିଲେ॥ ନିଜ ଅଭିଭାଷଣରେ କଳାହାଣ୍ଡି ର ଜନସାଧାରଣ ବହୁତ ସରଳ ଓ ସୁନ୍ଧର ମାନଭର ବୋଲି ମୋତେ କଳାହାଣ୍ଡି ବହୁତ ଭଲଲେଗେ ବୋଲି କହିଥିଲେ। ମନ୍ତ୍ରୀ ଖୁଣ୍ଟିଆ ଜିଲ୍ଲାର ବିକାଶ ପାଇଁ ଆମ ସରକାର ସବୁବେଳେ ତତ୍ପର ବୋଲି ମତବ୍ୟକ୍ତ କରିବା ସହ ଜିଲ୍ଲାର ଏତିହ୍ୟ, କଳା ନେଇ ମଧ୍ୟ ମତ ବ୍ୟକ୍ତ କରିଥିଲେ । ଉତ୍ସବରେ ଅନ୍ୟତମ ଅତିଥି ଭାବରେ ଲୋକସଭା ସାଂସଦ ମାଳବିକା ଦେବୀ, ଜିଲାପାଳ ପାୱାର ସଚିନ ପ୍ରକାଶ, ଜିଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବର କୋଣ୍ଡା ପ୍ରମୁଖ ଯୋଗଦେଇ ପ୍ୟାରେଡରେ ମଧ୍ୟ ଅଭିବାଦନ ଗ୍ରହଣ କରିଥିଲେ।
Latest entries
ଜିଲ୍ଲା ଖବରSeptember 18, 2026ପ୍ରଧାନମନ୍ତ୍ରୀଙ୍କ ୭୬ତମ ଜନ୍ମଦିବସରେ ଆଶୀର୍ବାଦ ଦୀପ ପ୍ରଜ୍ୱଲନ
ଜିଲ୍ଲା ଖବରSeptember 10, 2026ଜିଲ୍ଲା ସ୍ତରୀୟ ” ବେଟି ବଚାଓ ବେଟି ପଢ଼ାଓ” ସମନ୍ନୟ ବୈଠକ ଅନୁଷ୍ଠିତ
ଜିଲ୍ଲା ଖବରSeptember 9, 2026ବିଦ୍ୟୁତ୍ ସଂସ୍ପର୍ଶରେ ମା’-ଝିଅଙ୍କ ମୃତ୍ୟୁ
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ

