ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଜାତୀୟ ସ୍ୱାସ୍ଥ୍ୟ ମିଶନ ତରଫରୁ ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତି ଏବଂ ଜନ ଆରୋଗ୍ୟ ସମିତି ସମ୍ମିଳନୀ ସ୍ଥାନୀୟ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡା ହରେ କୃଷ୍ଣ ଶତପଥି,ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ନିହାରେନ୍ଦ୍ର ପଣ୍ଡା,ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡା ରାକେଶ କୁମାର ସାହୁ, ଅତିରିକ୍ତ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡା ଦେବୀ ପ୍ରସାଦ ମହାପାତ୍ର,ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଜାତୀୟ ସ୍ୱାସ୍ଥ୍ୟ ମିଶନ ଦିଲୀପ କୁମାର ଦୁବେ ପ୍ରମୁଖ ଯୋଗଦେଇ ଜିଲ୍ଲା ସ୍ତରୀୟ ସମ୍ମିଳନୀ ଆୟୋଜନ ର ଆଭିମୁଖ୍ୟ ସମ୍ପର୍କରେ ଉଲ୍ଲେଖ କରି ଗ୍ରାମ ସ୍ତରରେ ସ୍ୱାସ୍ଥ୍ୟ ସଚେତନତା, ସ୍ୱାସ୍ଥ୍ୟ ସେବା ସହିତ ଗାଁ ର ଉନ୍ନତି,ଓ ବିକାଶ କ୍ଷେତ୍ରରେ ସ୍ୱାସ୍ଥ୍ୟ କର୍ମୀ,ଅଙ୍ଗନବାଡି କର୍ମୀ ଓ ଆଶା ଦିଦି ମାନଙ୍କର ପ୍ରମୂଖ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।ଏହି ସମ୍ମିଳନୀରେ ଜାତୀୟ ସ୍ୱାସ୍ଥ୍ୟ ମିଶନ୍ ଅନ୍ତର୍ଗତ ପ୍ରମୁଖ ଲକ୍ଷ ଏବଂ ଉଦ୍ଦେଶ୍ୟ ତଥା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସଂକ୍ଷିପ୍ତ ଆଲୋଚନା କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ର ସମସ୍ତ ଉବ୍ଲକ ର, ସ୍ୱାସ୍ଥ୍ୟ ବିଭାଗ ର ଅଧିକାରୀ, କର୍ମଚାରୀ, ଗାଁ ସମିତି ର କର୍ମକର୍ତ୍ତା, ଆଶା, ଅଙ୍ଗନବାଡି କର୍ମୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଥିଲେ।
Latest entries
ଜିଲ୍ଲା ଖବରSeptember 21, 2026ସ୍ଵତନ୍ତ୍ର ସଘନ ସଂଶୋଧନ -୨୦୨୬ ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶନ
ଜିଲ୍ଲା ଖବରSeptember 18, 2026ପ୍ରଧାନମନ୍ତ୍ରୀଙ୍କ ୭୬ତମ ଜନ୍ମଦିବସରେ ଆଶୀର୍ବାଦ ଦୀପ ପ୍ରଜ୍ୱଲନ
ଜିଲ୍ଲା ଖବରSeptember 10, 2026ଜିଲ୍ଲା ସ୍ତରୀୟ ” ବେଟି ବଚାଓ ବେଟି ପଢ଼ାଓ” ସମନ୍ନୟ ବୈଠକ ଅନୁଷ୍ଠିତ
ଜିଲ୍ଲା ଖବରSeptember 9, 2026ବିଦ୍ୟୁତ୍ ସଂସ୍ପର୍ଶରେ ମା’-ଝିଅଙ୍କ ମୃତ୍ୟୁ

