ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଏକ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଭବାନୀପାଟଣା ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ହୋଇଯାଇଅଛି ।
ଏହି ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା କୁ ସାଂସଦ ମାଳବିକା ଦେବୀ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ । ଏହି ମେଳା ରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୁଆନ, ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଏବଂ ସରକାରୀ ବହୁବୃତ୍ତି ପ୍ରଶିକ୍ଷଣ ପ୍ରତିଷ୍ଠାନ ର ଅଧ୍ୟକ୍ଷ ଉପସ୍ଥିତ ରହି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।
ସଭା କୁ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଦୁର୍ଗା ଚରଣ ଦାସ ଏବଂ ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ସୁବିଦିତ ସାମନ୍ତରାୟ ପରିଚାଳନା କରିଥିଲେ । ଏହି ନିଯୁକ୍ତି ମେଳାରେ ମୋଟ ୧୮ଗୋଟି ନିଯୁକ୍ତି ଦାତା କମ୍ପାନୀ ଏବଂ ୯ ଜଣ ପ୍ରଶିକ୍ଷଣ ପ୍ରଦାନକାରୀ ସଂସ୍ଥା ଯୋଗ ଦେଇଥିଲେ । ଏହି ମେଳାରେ ବିଭିନ୍ନ ବ୍ଲକ ରୁ ସର୍ବମୋଟ ୧୨୫୪ ଜଣ ଛାତ୍ର ଛାତ୍ରୀ ଏବଂ ନିଯୁକ୍ତି ଆଶାୟୀ ପ୍ରାର୍ଥୀ ମାନେ ଯୋଗ ଦେଇ ନିଜର ପସନ୍ଦର ନିଯୁକ୍ତି ଦାତା ଙ୍କ ପାଖରେ ପଞ୍ଜିକରଣ କରିଥିଲେ । ତନ୍ମଧ୍ୟରୁ ୫୬୨ ଜଣ ନିଯୁକ୍ତି ପାଇଁ ଏବଂ ୪୧୨ ଜଣ ପ୍ରଶିକ୍ଷଣ ପାଇଁ ପଞ୍ଜିକରଣ କରିଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

