ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ଭବାନୀପାଟଣା ସ୍ଥିତ ଟାଉନ ହଲ୍ ଠାରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦୁ ସିଂହ ଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।
ଏହା ସହ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟା ପଢି, ସାଂସଦ ପ୍ରତିନିଧି ଜୟଶଙ୍କର ନାୟକ, ଧର୍ମଗଡ ବିଧାୟକଙ୍କ ପ୍ରତିନିଧି ନରହରି ପଟ୍ଟନାୟକ, ବିଜେପି ମହିଳା ମୋର୍ଚ୍ଚା ଅଧ୍ୟକ୍ଷା ନିରୂପମା ନାୟକ, ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡା, ଉପ-ନିର୍ଦ୍ଦେଶକ (ପ୍ଲାନିଂ) ଶ୍ରୀକାନ୍ତ ଦଲେଇ, ଜିଲ୍ଲା ସଂସ୍କୃତିକ ଅଧିକାରୀ ବିବେକାନନ୍ଦ ମହାନନ୍ଦ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଈ ସମ୍ମାନୀତ ଅତିଥି ଭାବେ ଉପସ୍ଥିତ ରହି ମହିଳା ଦିବସ ପାଳନର ଗୁରୁତ୍ୱ ଓ ମହିଳା ସଶକ୍ତିକରଣ ବିଷୟରେ ଆଲୋକପାତ କରିଥିଲେ।
ଏହି ଅବସରରେ ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ମୁଜିବୁନ ନିଶା ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଜିଲ୍ଲା ସୁରକ୍ଷା ଅଧିକାରିଣୀ ସନ୍ଧ୍ୟାରାଣୀ ନାୟକ ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ସହ ଶେଷରେ ଧନ୍ୟବାଦ ଜ୍ଞାପନ କରିଥିଲେ।
Latest entries
ଜିଲ୍ଲା ଖବରSeptember 10, 2026ଜିଲ୍ଲା ସ୍ତରୀୟ ” ବେଟି ବଚାଓ ବେଟି ପଢ଼ାଓ” ସମନ୍ନୟ ବୈଠକ ଅନୁଷ୍ଠିତ
ଜିଲ୍ଲା ଖବରSeptember 9, 2026ବିଦ୍ୟୁତ୍ ସଂସ୍ପର୍ଶରେ ମା’-ଝିଅଙ୍କ ମୃତ୍ୟୁ
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର

