ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାସ୍ତରୀୟ ପଖାଳ ଦିବସ ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ରେ ଆଜି ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଓଡିଆଙ୍କର ପାରମ୍ପରିକ ପ୍ରିୟ ଖାଦ୍ୟ ପଖାଳ ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ୍ ସୂଚନା ଦେଇ ପଖାଳ ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ ।
ଏଥିରେ ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ା ନିହାରେନ୍ଦ୍ର ପଣ୍ଡା , ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ , ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାଏକ , ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁଜାତା ମିଶ୍ର, ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ତଥା ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ ,ଜିଲ୍ଲା ଯୋଗାଣ ଅଧିକାରୀ ଅକ୍ଷୟ କୁମାର ମଲ୍ଲିକ, ଭବାନୀପାଟଣା ଗୋଷ୍ଠିଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଇ , ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସୁବୋଧକାନ୍ତ ଛତ୍ରିୟା , ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢୀ , ଜିଲ୍ଲା ସମାଜ କଲ୍ଯାଣ ଅଧିକାରୀ ମୁଜିବୁନ୍ ନିଶା, ସାଂସଦ ପ୍ରତିନିଧି ଜୟଶଙ୍କର ନାଏକ , ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପ ସିଂ ରାଉତ ପ୍ରମୁଖ ଯୋଗ ଦେଇ ପଖାଳ ଦିବସ ପାଳନ ସମ୍ପର୍କରେ ଆଲୋକପାତ କରିଥିଲେ । ଜିଲ୍ଲା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯକ୍ରମରେ ସମସ୍ତେ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ ଖାଇଥିଲେ ।
Latest entries
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ
ଜିଲ୍ଲା ଖବରOctober 6, 2026ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ “ନମୋ ସେବା ଗାଥା” ଅନ୍ତର୍ଗତ ପଥପ୍ରାନ୍ତ ନାଟକ ଅନୁଷ୍ଠିତ
ଜିଲ୍ଲା ଖବରOctober 6, 2026ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର
ଜିଲ୍ଲା ଖବରOctober 4, 2026ଆସନ୍ତା ଅକ୍ଟୋବର ୮ ତାରିଖରେ ଓଡ଼ିଶା ବନ୍ଦ

