ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ସଦର ବ୍ଲକ ଅନ୍ତର୍ଗତ ମୂଷିଗୁଡା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ଶଶାଙ୍କ ଚୌଧୁରୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଝିଲୀ ମେହେର, ମୁଖ୍ୟବକ୍ତା ଭାବେ ସୁକାନ୍ତ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ହରିହରନ ନାଗ, ସୁଶ୍ରୀ ରାଜଶ୍ରୀ ନାୟକ, ପିଟିଏ ସଦସ୍ୟ ବରିଷ୍ଠ ସାମ୍ବାଦିକ ହେମନ୍ତ କୁମାର ରାୟ, ସି ଆର ସି ବିଜୟ କୁମାର ଦାସ, ଭୂଜବଲ୍ କେତକୀ ପ୍ରମୁଖ ଉପସ୍ଥିତ ରହିଥିଲେ। ପ୍ରଧାନ ଶିକ୍ଷକ ଶଶାଙ୍କ ଚୌଧୁରୀ ଅତିଥି ମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇ ଥିଲେ। ସ୍କୁଲ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ ଓ ଅନ୍ୟାନ୍ୟ ମନୋରଞ୍ଜନ କାର୍ଯ୍ୟକ୍ରମ ପାରିବେଷିତ ହୋଇଥିଲା ।ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ବକୃତ, ପ୍ରବନ୍ଧ, ରଙ୍ଗୋଲି ତଥା ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିବା କୃତି ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ମାନପତ୍ର ଏବଂ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ସତ୍ୟନାରାୟଣ ଗିଭେଲା ଏବଂ ପଦ୍ମଲୋଚନ କଟା ପରିଚାଳନା କରିଥିବା ବେଳେ ଶିକ୍ଷକ ଦୀପକ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଶିକ୍ଷକ,ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ ଓ ସେମାନଙ୍କ ଅଭିଭାବକ ମାନେ ଉପସ୍ଥିତରହିଥିଲେ।
Latest entries
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ
ଜିଲ୍ଲା ଖବରOctober 6, 2026ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ “ନମୋ ସେବା ଗାଥା” ଅନ୍ତର୍ଗତ ପଥପ୍ରାନ୍ତ ନାଟକ ଅନୁଷ୍ଠିତ
ଜିଲ୍ଲା ଖବରOctober 6, 2026ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର
ଜିଲ୍ଲା ଖବରOctober 4, 2026ଆସନ୍ତା ଅକ୍ଟୋବର ୮ ତାରିଖରେ ଓଡ଼ିଶା ବନ୍ଦ

