ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ରେ ୯୧ତମ ଓଡିଶା ଦିବସ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସ୍ତାନୀୟ ଟାଉନ ହଲ ଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରାତଃ ସହରରେ ରାମଧୁନ ପରିବେଷଣ, ସହର ସ୍ଥିତ ମହାପୁରୁଷ ଙ୍କ ପ୍ରତିମୂର୍ତ୍ତି ରେ ବିଭିନ୍ନ ଶିକ୍ଷା ଅନୁଷ୍ଠାନ ର କର୍ମକର୍ତ୍ତା ଛାତ୍ରଛାତ୍ରୀ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଙ୍କ ଦ୍ଵାର ମାଲ୍ୟାର୍ପଣ କରାଯାଇଥିଲା।ସନ୍ଧ୍ୟା ୬ଟାସମୟରେ ସ୍ଥାନୀୟ ଟାଉନହଲ ଠାରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ସାଧାରଣ ସଭା, ବିଭିନ୍ନ ପ୍ରତିଯୋଗିତା ର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ,ସମ୍ମାନିତ ଅତିଥି ଭାବେ ଉପ ଜିଲ୍ଲାପାଳ ପ୍ରଭାତ କୁମାର ପରିଡା,ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ,ପି ଏ ଆଇ ଟି ଡି ଏ ପ୍ରଦ୍ୟୁମ୍ନ କୁମାର ଦାସ,ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢି, କଳାହାଣ୍ଡି ସାଂସଦ ଙ୍କ ପ୍ରତିନିଧି ଜୟ ଶଙ୍କର ନାୟକ, ମୁଖ୍ୟ ବକ୍ତା ଭାବେ ଡକ୍ଟର ଉମେଶଚନ୍ଦ୍ର ଶତପଥି ଯୋଗଦେଇ ଓଡିଶା ଦିବସ ପାଳନ ର ତାତ୍ପର୍ଯ୍ୟ ଉପରେ ଉଲ୍ଲେଖ କରିବା ସହିତ ଓଡିଶାର ବରପୁତ୍ର ମାନଙ୍କର ସ୍ମୃତି ଚାରଣ କରି ଓଡିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ଓଡ଼ିଶାର ପ୍ରଗତି ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଓଡିଶାର ବରପୁତ୍ର, ଓଡ଼ିଆ ଭାଷା ସାହିତ୍ୟ, ସସ୍କୃତି,ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ର ଇତିହାସ ସମ୍ପର୍କରେ ଏକ ଫଟୋ ଚିତ୍ର ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା ।କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ନିଆଲ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିବାବେଳେ ବରିଷ୍ଠ ଶିକ୍ଷକ ବିରଞ୍ଚି ନାରାୟଣ ମୁଣ୍ଡ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଓଡିଶା ପକ୍ଷ ପାଳନ ଲୋଗୋ ର ଉନ୍ମୋଚନ ଅତିଥି ମାନଙ୍କ ଦ୍ଵାର କରାଯାଇଥିଲା। ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ମହାନନ୍ଦ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
Latest entries
ଜିଲ୍ଲା ଖବରAugust 22, 2026ଭବାନୀପାଟଣା ଟାଉନ ଫୁଟବଲ ଲିଗ ଉଦଘାଟିତ
ଜିଲ୍ଲା ଖବରAugust 21, 2026ହାଇଦ୍ରାବାଦରୁ ଟିକେଟ୍ କାଟି ଅଧା ରାସ୍ତାରେ ଫସିଲେ ଯାତ୍ରୀ ଘରୋଇ ବସର ଦାଦାଗିରି
ଜିଲ୍ଲା ଖବରAugust 20, 2026ପୂର୍ବତନ ଲାଞ୍ଜିଗଡ଼ ବିଧାୟକ ତଥା ପୂର୍ବତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଶ୍ରଦ୍ଧାଞ୍ଜଳି
ଜିଲ୍ଲା ଖବରAugust 20, 2026ଲଳିତ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ

