ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ଓଡ଼ିଆ ପକ୍ଷ ପାଳନ ଉତ୍ସବ ଏପ୍ରିଲ ପହିଲା ରୁ ଆରମ୍ଭ ହୋଇ ଚଳିତ ମାସ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ଜିଲ୍ଲା ପ୍ରଶାସନ, ବିଭିନ୍ନ ବିଭାଗ ତରଫରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବା ପାଇଁ ସ୍ଥିର କରାଯାଇଛି। ଜିଲ୍ଲା ପ୍ରଶାସନ, ଜିଲ୍ଲା ଶ୍ରମ ବିଭାଗ ତରଫରୁ ଓଡ଼ିଆ ନାମ ଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରୁ ଶୁଭାରମ୍ଭ କରାଯାଇ ସହର ପରିକ୍ରମା କରିଥିଲା।
ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦେଇ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ଏଥିରେ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢି, ପୌରପାଳିକା ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ପାଢ଼ୀ, ଜିଲ୍ଲା ଶ୍ରମ ଅଧିକାରୀ ରଶ୍ମିତା ନାୟକ ପ୍ରମୁଖ ଯୋଗଦେଇ ସହର ପରିକ୍ରମା କରିଥିଲେ। ଏହି ଅବସରରେ ଜିଲ୍ଲା ଶ୍ରମ ଅଧିକାରୀ ପୌରପାଳିକା ଭବାନୀପାଟଣା ସହର ରେ ଓଡ଼ିଆ ନାମ ଫଳକ ଉପରେ ନିରୀକ୍ଷଣ କରିଥିଲେ,ଉକ୍ତ ନିରୀକ୍ଷଣ ରେ ଓଡ଼ିଆରେ ଲେଖା ନ ଥିବା ୧୪ ଜଣ ଦୋକାନୀ, ସଂସ୍ଥା ମାଲିକ ଙ୍କୁ ଓଡିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ ଅନୁଯାୟୀ ,ଜିଲ୍ଲା ଶ୍ରମ ଅଧିକାରୀ କାରଣ ଦର୍ଶାଅ ନୋଟିସ୍ ଜାରି କରିଥିଲେ।
Latest entries
ଜିଲ୍ଲା ଖବରAugust 22, 2026ଭବାନୀପାଟଣା ଟାଉନ ଫୁଟବଲ ଲିଗ ଉଦଘାଟିତ
ଜିଲ୍ଲା ଖବରAugust 21, 2026ହାଇଦ୍ରାବାଦରୁ ଟିକେଟ୍ କାଟି ଅଧା ରାସ୍ତାରେ ଫସିଲେ ଯାତ୍ରୀ ଘରୋଇ ବସର ଦାଦାଗିରି
ଜିଲ୍ଲା ଖବରAugust 20, 2026ପୂର୍ବତନ ଲାଞ୍ଜିଗଡ଼ ବିଧାୟକ ତଥା ପୂର୍ବତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଶ୍ରଦ୍ଧାଞ୍ଜଳି
ଜିଲ୍ଲା ଖବରAugust 20, 2026ଲଳିତ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ

