ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଓଡ଼ିଆ ପକ୍ଷ ପାଳନ ଅବସରରେ ଏୈତିହ ଗଣଦୌଡ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଏପ୍ରିଲ ପହିଲା ରୁ ଜିଲ୍ଲା ପ୍ରଶାସନ ତରଫରୁ ଓଡ଼ିଆ ପକ୍ଷ ପାଳନ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ର ଆୟୋଜନ କରାଯାଉଛି। ଓଡ଼ିଆ ପକ୍ଷ ଆସନ୍ତା ୧୪ ଏପ୍ରିଲ୍ ପର୍ଯ୍ୟନ୍ତ ପାଳନ କରାଯିବ। ଏହି ଉପଲକ୍ଷେ ଆଜି ମା ମାଣିକେଶ୍ଵରୀ ମନ୍ଦିର ରୁ ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଜିଲ୍ଲା କ୍ରୀଡା ବିଭାଗ ତରଫରୁ ଏକ ଏୈତିହ ଗଣଦୌଡ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ଯୋଗଦେଇ ଆନୁଷ୍ଠାନିକ ଭାବେ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ, ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢି, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ, ଶିକ୍ଷାବିତ୍ ଡକ୍ଟର ଉମେଶଚନ୍ଦ୍ର ଶତପଥି ,ଡକ୍ତର ଅଜୟ କୁମାର ମିଶ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ, ବିଭିନ୍ନ ଶିକ୍ଷାନୁଷ୍ଠାନ ର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ପ୍ରମୁଖ ଯୋଗଦେଇଥିଲେ।
Latest entries
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ
ଜିଲ୍ଲା ଖବରOctober 6, 2026ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ “ନମୋ ସେବା ଗାଥା” ଅନ୍ତର୍ଗତ ପଥପ୍ରାନ୍ତ ନାଟକ ଅନୁଷ୍ଠିତ
ଜିଲ୍ଲା ଖବରOctober 6, 2026ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର
ଜିଲ୍ଲା ଖବରOctober 4, 2026ଆସନ୍ତା ଅକ୍ଟୋବର ୮ ତାରିଖରେ ଓଡ଼ିଶା ବନ୍ଦ

