ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବାଇପାସ୍ ରାସ୍ତାରେ ଠିଆ ହୋଇଥିବା ହାଇୱାକୁ ପଛରୁ ପିଟିଲା ବି ଏମ ଡବ୍ଲୁ କାର ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଦୁଇ ଜଣ ହେଲେ ଧର୍ମଗଡ଼ ଅଞ୍ଚଳର ଗୌତମ ନାୟକ ଏବଂ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ର ପିଣ୍ଟୁ ବାଗ୍। କାର୍ ସମ୍ପୂର୍ଣ୍ଣ ରୂପେ ଚୁର୍ମାର୍ ହୋଇଯାଇଥିବା ବେଳେ ଗାଡ଼ି ଭିତରୁ ଦୁହିଁଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଖବର ପାଇ ଭବାନୀପାଟଣା ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଜବତ କରିଛି ଏବଂ ଏହି ଦୁର୍ଘଟଣା କିପରି ଘଟିଲା ସେନେଇ ତଦନ୍ତ ଆରମ୍ଭ କରିଛି ।ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ।ସୂଚନା ଅନୁଯାୟୀ, ଏହି କାର ହାଇୱାକୁ ପଛପଟୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର୍ ଥିଲା ଯେ କାର୍ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଚୁରମାର ହୋଇଯାଇଛି । ବିଏମ୍ ଡବ୍ଲୁ କାର୍ ନମ୍ବର ଏଚଆର୨୬ସିବି୫୩୮୪ ଥିବା ବେଳେ ହାଇୱାର ନମ୍ବର ଓଡି୧୮ ଜି ୪୯୩୨ ରହିଛି ।
Latest entries
ଜିଲ୍ଲା ଖବରSeptember 10, 2026ଜିଲ୍ଲା ସ୍ତରୀୟ ” ବେଟି ବଚାଓ ବେଟି ପଢ଼ାଓ” ସମନ୍ନୟ ବୈଠକ ଅନୁଷ୍ଠିତ
ଜିଲ୍ଲା ଖବରSeptember 9, 2026ବିଦ୍ୟୁତ୍ ସଂସ୍ପର୍ଶରେ ମା’-ଝିଅଙ୍କ ମୃତ୍ୟୁ
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର

