ନ୍ୟୁଜଗ୍ୟାଲେର,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଠାରେ ଆନ୍ତର୍ଜାତୀୟ ନିଶା ନିବାରଣ ଏବଂ ଅବୈଧ ଚାଲାଣ ନିଷିଦ୍ଧ ଦିବସ- ୨୦୨୬ ଭବାନୀପାଟଣା ସ୍ଥିତ ଟାଉନ୍ ହଲ୍ ଠାରେ ପାଳିତ ହୋଇଯାଇଛି । ଏହି ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମ ରେ ୩୦୦ ରୁ ଅଧିକ ଛାତ୍ରଛାତ୍ରୀ ଯୋଗଦେଇଥିଲେ । ନିଶାରୁ ସଫଳତା ପୂର୍ବକ ମୁକ୍ତି ପାଇ ଥିବା ୨ ଜଣ ବ୍ୟକ୍ତିଙ୍କୁ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରାଯାଇଥିଲା । ପୂର୍ବରୁ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଏହି ଅବସରରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପଳ ତନ୍ମୟ କୁମାର ଦରୱାନ ଯୋଗ ଦେଇଥିଲେ । ବିଶିଷ୍ଟ ଅତିଥି ଭାବେ ସମାଜସେବୀ ବିଜେପି ଜିଲ୍ଲା ସଭାପତି ଯୁଗଳ କିଶୋର ପୋଢ଼, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଡି.ଏସ.ପି ଅବକାରୀ ବିଭାଗ କଳାହାଣ୍ଡି ସାଗରିକା ପ୍ରଧାନ, ସମ୍ପାଦକ ରାମ କ୍ରିଷ୍ଣା ଆଶ୍ରମ, ମ. ରାମପୁର, ବ୍ରହ୍ମାକୁମାରୀ ମଧୁ ମହୋଦୟ ଯୋଗ ଦେଇଥିଲେ । ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଶିକ୍ଷାବିତ୍ ଉମେଶ ଚନ୍ଦ୍ର ଶତପଥୀ ଯୋଗ ଦେଇଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁର କାର୍ଯ୍ୟକ୍ରମର ସଭାପତିତ୍ୱ କରିଥିଲେ । ସାମର୍ଥ୍ୟ ଦୃଷ୍ଟିହୀନ ସଂଘ, ଗୋଲାମୁଣ୍ଡା ବିଭିନ୍ନ ସାଂସ୍କୃତିକ ତଥା ସଚେତନତା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
Latest entries
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ
ଜିଲ୍ଲା ଖବରOctober 6, 2026ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ “ନମୋ ସେବା ଗାଥା” ଅନ୍ତର୍ଗତ ପଥପ୍ରାନ୍ତ ନାଟକ ଅନୁଷ୍ଠିତ
ଜିଲ୍ଲା ଖବରOctober 6, 2026ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର
ଜିଲ୍ଲା ଖବରOctober 4, 2026ଆସନ୍ତା ଅକ୍ଟୋବର ୮ ତାରିଖରେ ଓଡ଼ିଶା ବନ୍ଦ

