ନ୍ୟୁଜଗ୍ୟାଲେରି,ଭବାନିପାଟଣା: ସୁସ୍ଥ ପରିବେଶ ସୁସ୍ଥ ସମାଜ ଗଠନ ଏହି ଆଧାରରେ ବିକାଶ ଶିକ୍ଷାନୁଷ୍ଠାନ ତରଫରୁ ପ୍ଲାଷ୍ଟିକ ବର୍ଜନ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନତା ରାଲିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ ଯୋଗଦେଇ ସବୁଜ ପତାକା ଦେଖାଇ ରାଲିର ଶୁଭାରମ୍ଭ କରିଥିଲେ | ଉକ୍ତ ରାଲିଟି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରୁ ବାହାରି ଜେଲ ଛକ ଦେଇ ଗନ୍ଧିଛକ ଠାରେ ପହଞ୍ଚି ଥିଲା । ଛାତ୍ର ଛାତ୍ରୀ ମାନେ ପ୍ଲାକାର୍ଡ , ନୃତ୍ୟ ସଙ୍ଗୀତ ଓ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସାଧାରଣଙ୍କୁ ପ୍ଲାଷ୍ଟିକ ବର୍ଜନ , ଜଳ ସଂରକ୍ଷଣ ଓ ପାରିବେଶ ସୁରକ୍ଷା ର ବାର୍ତ୍ତା ପ୍ରଦାନ କରିଥିଲେ ।ଏହି ରାଲିରେ ଅନୁଷ୍ଠାନର ମୁଖ୍ୟ ଶିକ୍ଷା ଅଧିକାରୀ ଡି ବିଜୟା , ମୁଖ୍ୟ ପ୍ରସାଶକ ଯୁବରଜ ନାୟକ , ଉପାଧ୍ୟକ୍ଷ ନାରାୟଣ ମହାନ୍ତି , ଉପାଧ୍ୟକ୍ଷ ପ୍ରସନ୍ନଜିତ ଦତ୍ତ ଙ୍କ ସମେତ ଅନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ | ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରାୟ ୨୫୦ ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରି ଲୋକଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ ।
Latest entries
ଜିଲ୍ଲା ଖବରSeptember 21, 2026ସ୍ଵତନ୍ତ୍ର ସଘନ ସଂଶୋଧନ -୨୦୨୬ ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶନ
ଜିଲ୍ଲା ଖବରSeptember 18, 2026ପ୍ରଧାନମନ୍ତ୍ରୀଙ୍କ ୭୬ତମ ଜନ୍ମଦିବସରେ ଆଶୀର୍ବାଦ ଦୀପ ପ୍ରଜ୍ୱଲନ
ଜିଲ୍ଲା ଖବରSeptember 10, 2026ଜିଲ୍ଲା ସ୍ତରୀୟ ” ବେଟି ବଚାଓ ବେଟି ପଢ଼ାଓ” ସମନ୍ନୟ ବୈଠକ ଅନୁଷ୍ଠିତ
ଜିଲ୍ଲା ଖବରSeptember 9, 2026ବିଦ୍ୟୁତ୍ ସଂସ୍ପର୍ଶରେ ମା’-ଝିଅଙ୍କ ମୃତ୍ୟୁ

