ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ମହାବୀର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଶ୍ରାବଣ ପୂର୍ଣ୍ଣିମା ଅବସରରେ ଅନୁଷ୍ଠାନ ସମ୍ମିଳନୀ କକ୍ଷରେ ବିଶ୍ୱ ସଂସ୍କୃତ ଦିବସ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇଛି। ଅନୁଷ୍ଠାନର ସଭାପତି ଶାନ୍ତନୁ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପଣ୍ଡିତ ମଙ୍ଗଳୁ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ବ୍ରହ୍ମଚାରୀ ଖଗେଶ୍ୱର, ବରିଷ୍ଠ ସାମ୍ବାଦିକ ଦେବେନ୍ଦ୍ର ବିଶି ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ। ଅନୁଷ୍ଠାନର ସାଧାରଣ ସମ୍ପାଦକ ସତ୍ୟ ନାରାୟଣ ସିଂହ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ନାଟ୍ୟ ସମ୍ପାଦକ ସୁଶାନ୍ତ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ସୁଲେଖିକା ଦାରୁବ୍ରହ୍ମର ଲୀଳା, ଗୀତ ଗୋବିନ୍ଦର ଗଦ୍ୟ ଓ ପଦ୍ୟା ଅନୁବାଦ ଏବଂ ଶାଶ୍ଵତ ସଙ୍ଗୀତ ଶ୍ରୀମଦ୍ ଭାଗବତ ଗୀତାର ପ୍ରଣେତ୍ରୀ ଶ୍ରୀମତୀ ସ୍ନେହଲତା ଷଡ଼ଙ୍ଗୀ ଙ୍କୁ ସମ୍ମାନିତ କରାଯାଇଥିଲା। ବହୁ ସଂସ୍କୃତ ପଣ୍ଡିତ ଓ ସଂସ୍କୃତ ଶିକ୍ଷକ ଏହି କାର୍ଯ୍ୟକ୍ରମରେ ସଂସ୍କୃତରେ ଅଭିଭାଷଣ ପ୍ରଦାନ କରିଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

