oplus_0

ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର

0 minutes, 0 seconds Read

ନ୍ୟୁଜ ଗ୍ୟାଲେରି, କଳାହାଣ୍ଡି: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ଓ ଗୁଣାତ୍ମକ ସମାଧାନ ନିମନ୍ତେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ )ତନ୍ମୟ କୁମାର ଦରୱାନ , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୌମ୍ୟ ରଞ୍ଜନ ପ୍ରଧାନ,ଉପ ଜିଲ୍ଲାପାଳ ଧର୍ମଗଡ ପ୍ରେକ୍ଷା ଅଗ୍ରୱାଲଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ।ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୧୪୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୨୨ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୨୬ଟି ସାମୂହିକ ଅଭିଯୋଗ ରହିଥିଲା।ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୧୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com
author

Hemant Kumar Ray

Editor, News Gallery Mob: 9439506580 Email: newsgallery.in@gmail.com

Similar Posts