କଳାହାଣ୍ଡି/ଲାଞ୍ଜିଗଡ଼,ବସନ୍ତ ପଡା ନିକଟରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଦଳିଦେବାରୁ ଘଟଣାସ୍ଥଳରେ ହିଁ ଜଣେ ବ୍ୟକ୍ତିଙ୍କ ଦୁଃଖଦ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ଲାଞ୍ଜିଗଡ଼ ବ୍ଲକ ବସନ୍ତପଡ଼ା ଗାଁର ବାଙ୍ଗରା ମାଝୀ(୫୪) । ସେ ସକାଳୁ ଗାଁ ନିକଟରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ହାତୀପଲଙ୍କ ହାବୁଡ଼ରେ ପଡ଼ିଯାଇଥିଲେ । ହାତୀ ଦଳିଦେବାରୁ ତାଙ୍କ ଶରୀର ସଂପୂର୍ଣ୍ଣ ଭାବେ ଖିନଭିନ ହୋଇଯାଇଛି । ଏ ସଂପର୍କରେ ଖବର ପାଇ ବସନ୍ତପଡ଼ା ସରପଞ୍ଚ ଚାଞ୍ଚେର ମାଝୀ ଘଟଣାସ୍ଥଳରେ ପହଞ୍ଚିଥିବାବେଳେ ବନ ବିଭାଗର କର୍ମଚାରୀମାନେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି । ମୃତ ବାଙ୍ଗରା ମାଝୀଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ ତାଙ୍କ ପରିବାରକୁ କ୍ଷତିପୂରଣ ରାଶି ଯୋଗାଇଦେବାକୁ ଦାବି ହେଉଛି । ତେବେ ତଦନ୍ତ ଓ ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ କ୍ଷତିପୂରଣ ଦିଆଯିବ ବୋଲି ବିଶ୍ୱନାଥପୁର ରେଞ୍ଜର ନରୋତମ ମାଝୀ ପ୍ରକାଶ କରିଛନ୍ତି l
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

