କଳାହାଣ୍ଡି/ଲାଞ୍ଜିଗଡ଼,ବସନ୍ତ ପଡା ନିକଟରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଦଳିଦେବାରୁ ଘଟଣାସ୍ଥଳରେ ହିଁ ଜଣେ ବ୍ୟକ୍ତିଙ୍କ ଦୁଃଖଦ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ଲାଞ୍ଜିଗଡ଼ ବ୍ଲକ ବସନ୍ତପଡ଼ା ଗାଁର ବାଙ୍ଗରା ମାଝୀ(୫୪) । ସେ ସକାଳୁ ଗାଁ ନିକଟରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ହାତୀପଲଙ୍କ ହାବୁଡ଼ରେ ପଡ଼ିଯାଇଥିଲେ । ହାତୀ ଦଳିଦେବାରୁ ତାଙ୍କ ଶରୀର ସଂପୂର୍ଣ୍ଣ ଭାବେ ଖିନଭିନ ହୋଇଯାଇଛି । ଏ ସଂପର୍କରେ ଖବର ପାଇ ବସନ୍ତପଡ଼ା ସରପଞ୍ଚ ଚାଞ୍ଚେର ମାଝୀ ଘଟଣାସ୍ଥଳରେ ପହଞ୍ଚିଥିବାବେଳେ ବନ ବିଭାଗର କର୍ମଚାରୀମାନେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି । ମୃତ ବାଙ୍ଗରା ମାଝୀଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ ତାଙ୍କ ପରିବାରକୁ କ୍ଷତିପୂରଣ ରାଶି ଯୋଗାଇଦେବାକୁ ଦାବି ହେଉଛି । ତେବେ ତଦନ୍ତ ଓ ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ କ୍ଷତିପୂରଣ ଦିଆଯିବ ବୋଲି ବିଶ୍ୱନାଥପୁର ରେଞ୍ଜର ନରୋତମ ମାଝୀ ପ୍ରକାଶ କରିଛନ୍ତି l
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

