ଉନ୍ନୟନ ସମନ୍ନୟ ଏବଂ ପର୍ଯ୍ୟାଲୋଚନା ସମିତି (ଦିସା) ବୈଠକ

ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଜିଲ୍ଳା ଉନ୍ନୟନ ସମନ୍ନୟ ଏବଂ ପର୍ଯ୍ୟାଲୋଚନା ସମିତି (ଦିସା) ବୈଠକ ଅନୁଷ୍ଠତ ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଫ୍ଲାଗ୍‌ସିପ୍ ଯୋଜନା ଏବଂ ରାଜ୍ୟ ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମର ଅଗ୍ରଗତିର ସମୀକ୍ଷା ଏବଂ ଯୋଜନାଗୁଡ଼ିକର ସଫଳ କାର୍ଯ୍ୟାନ୍ୱୟନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଦିଶା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କେନ୍ଦ୍ର ପ୍ରାୟୋଜିତ ବିଭିନ୍ନ ଯୋଜନା, ଜିଲ୍ଲାର ବିକାଶମୂଳକ ପ୍ରକଳ୍ପ, ଚାଲୁଥିବା ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ, ଲୋକକଲ୍ୟାଣମୂଳକ ଯୋଜନାର କାର୍ଯ୍ୟାନ୍ୱୟନ ସ୍ଥିତି ଓ ଅସମ୍ପୂର୍ଣ୍ଣ କାର୍ଯ୍ୟଗୁଡ଼ିକର ଅଗ୍ରଗତି ଉପରେ ବିଭାଗଭିତ୍ତିକ ସମୀକ୍ଷା କରାଯାଇଥିଲା।
ବୈଠକରେ ଧର୍ମଗଡ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ପୂର୍ବତନ ସାଂସଦ ଅର୍କ କେଶରୀ ଦେଓ,ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୌମ୍ୟ ରଞ୍ଜନ ପ୍ରଧାନ,ଡି ଏଫ୍ ଓ ଦକ୍ଷିଣ ଆର୍ କଲାଈଭାନନ୍,ଉପ ଜିଲ୍ଲାପାଳ ଭବାନୀପାଟଣା ଆଶିନି ଏ ଏଲ ଙ୍କ ସମେତ ଜିଲ୍ଲାର ସମସ୍ତ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଉପସ୍ଥିତ ଅତିଥି, ବ୍ଲକ ଅଧ୍ୟକ୍ଷ ଏବଂ ବିଭାଗୀୟ ଅଧିକାରୀମାନଙ୍କୁ ସ୍ୱାଗତ ଜଣାଇ ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ପରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଜନାଭିତ୍ତିକ କାର୍ଯ୍ୟ ଅଗ୍ରଗତି, ଲକ୍ଷ୍ୟ ହାସଲ, ଚ୍ୟାଲେଞ୍ଜ ଏବଂ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ।
ସମୀକ୍ଷା ସମୟରେ ଜିଲ୍ଲାର କୃଷି, ସ୍ବାସ୍ଥ୍ୟ , ଶିକ୍ଷା,ପ୍ରାଣୀ ସମ୍ପଦ,ସମାଜ କଲ୍ୟାଣ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ,ଅବକାରୀ, ଭିବି ଜି ରାମଜି,ଜୀବିକା ମିଶନ,ଖଣି,ଗ୍ରାମ୍ୟ ରାସ୍ତା, ପୂର୍ତ୍ତ ଏବଂ ଅନ୍ୟାନ୍ୟ କେନ୍ଦ୍ର ପ୍ରାୟୋଜିତ ଯୋଜନାର ଅଗ୍ରଗତି ଉପରେ ସବିଶେଷ ଆଲୋଚନା କରାଯାଇଥିଲା। ବିଭିନ୍ନ ପ୍ରକଳ୍ପର କାର୍ଯ୍ୟାନ୍ୱୟନରେ ଥିବା ସମସ୍ୟାର ତ୍ୱରିତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗକୁ ଆବଶ୍ୟକ ପରାମର୍ଶ ମଧ୍ୟ ଦିଆଯାଇଥିଲା।
ନିଜ ଅଭିଭାଷଣରେ ମାନ୍ୟବର ସାଂସଦ ମାଳବିକା ଦେବୀ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣମୂଳକ ଯୋଜନାର ସୁଫଳ ପ୍ରକୃତ ହିତାଧିକାରୀଙ୍କ ନିକଟରେ ସମୟୋପଯୋଗୀ ଭାବେ ପହଞ୍ଚିବା ସୁନିଶ୍ଚିତ କରିବା ସମସ୍ତ ବିଭାଗର ପ୍ରାଥମିକ ଦାୟିତ୍ୱ। ଏଥିପାଇଁ ବିଭାଗଗୁଡ଼ିକ ମଧ୍ୟରେ ସମନ୍ୱୟ ବୃଦ୍ଧି ସହ ମିଶନ ମୋଡ୍‌ରେ କାର୍ଯ୍ୟ କରିବାକୁ ସେ ଆହ୍ୱାନ ଦେଇଥିଲେ।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com
author

Hemant Kumar Ray

Editor, News Gallery Mob: 9439506580 Email: newsgallery.in@gmail.com

Similar Posts