କଳାହାଣ୍ଡି:ଭବାନୀପାଟଣା,ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ,ଡ଼ଃ ବିଶ୍ୱଜିତ୍ ଦାସ ଙ୍କ ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୨୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୧୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କେସିଙ୍ଗା ବ୍ଲକ ଅନ୍ତର୍ଗତ ଲଇତରା ପଞ୍ଚାୟତ ର ନିତ୍ଯ ନାଏକ ଙ୍କୁ ୫୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

