Hemant Kumar Ray
Editor, News Gallery Mob: 9439506580 Email: newsgallery.in@gmail.com
ଶିଶୁ ଓ କିଶୋର ( ନିରାକରଣ ଓ ନିୟନ୍ତ୍ରଣ) ୧୯୮୬ ନିୟମ ଅନୁଯାୟୀ ୧୪ ବର୍ଷ ବୟସ ପର୍ଯ୍ୟନ୍ତ ଶିଶୁ ମାନଙ୍କୁ ବିଭିନ୍ନ ବୃତ୍ତି ରେ ନିଯୁକ୍ତି ଦେବା ନିଷେଧ ଏବଂ ୧୫ ରୁ ୧୮ ବର୍ଷ ପର୍ଯ୍ୟନ୍ତ କିଶୋର ମାନଙ୍କୁ ବିପଦ ସଙ୍କୁଳ କର୍ମ ସଂସ୍ଥାନ ଓ ପ୍ରକ୍ରିୟାରେ ନିୟୋଜନ କରିବା ଏକ ଧର୍ତ୍ତବ୍ୟ ଅପରାଧ ଅଟେ।ଏଭଳି ନିୟୋଜନ କରିଥିବା ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ ହେଲେ ୫୦,୦୦୦ ଟଙ୍କା ଆର୍ଥିକ ଜୋରିମାନା ଓ ୩ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ଭୋଗିବାକୁ ପଡିବ। ଦେଖାଯାଉଛି ବିଭିନ୍ନ ହୋଟେଲ , ବ୍ୟବସାୟିକ ପ୍ରତିଷ୍ଠାନ ମାନଙ୍କରେ ଅସାଧୁ ବ୍ୟବସାୟୀ କମ ପାରିଶ୍ରମିକ ଦେଇ ଶିଶୁ ଶ୍ରମିକ ନିୟୋଜନ କରୁଛନ୍ତି ଏହି ବିଷୟରେ ଜନ ସାଧାରଣ ସଚେତନ ହୋଇ ଶ୍ରମ କାର୍ଯ୍ୟାଳୟ ରେ ଅଭିଯୋଗ କରିପାରିଲେ ଶିଶୁ ଶ୍ରମିକ ମୁକ୍ତ ଓଡ଼ିଶା ର ସଂକଳ୍ପ ପୂରଣ ହୋଇପାରିବ ବୋଲି ଆଶା କରାଯାଉଛି । ସଚେତନତା ରଥ ଶୁଭାରମ୍ଭ ଜିଲ୍ଲା ଶ୍ରମ ଅଧିକାରୀ ସୁବାସ ଚନ୍ଦ୍ର ମଣ୍ଡଳ,ସହକାରୀ ଶ୍ରମ ଅଧିକାରୀ ଜିତମ୍ ମାଝୀ, ଟ୍ରେଡ ୟୁନିଅନ୍ ସଭାପତି ଶିଶିର ପଟ୍ଟନାୟକ, ଡି ଆଇ ପି ଆର୍ ଓ ମନୋଜ ବେହେରା,ଜିଲ୍ଲା ଶିଶୁ ସୁରକ୍ଷା ର କର୍ମଚାରୀ ଅଂଶୁମାନ ବାବୁ ଓ ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ।
Editor, News Gallery Mob: 9439506580 Email: newsgallery.in@gmail.com
