କଳାହାଣ୍ଡି ଜିଲ୍ଲା ଗୋଳମୁଣ୍ଡା ଠାରେ ଜନଶୁଣାଣୀ ଅନୁଷ୍ଠିତ

0 minutes, 0 seconds Read

କଳାହାଣ୍ଡି:(ନ୍ୟୁଜଗ୍ୟାଲେରି) ଗୋଳମୁଣ୍ଡା, କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଜୟପାଟଣା ବ୍ଲକ ପଞ୍ଚାୟତ ସମିତି ସଂମିଲଣି କକ୍ଷ ଠାରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଜନଶୁଣାଣୀ ଶିବିରରେ ଧର୍ମଗଡ଼ ଉପ ଜିଲ୍ଲାପାଳ, ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୯ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଜଣଙ୍କୁ ସରକାରୀ ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com
author

Hemant Kumar Ray

Editor, News Gallery Mob: 9439506580 Email: newsgallery.in@gmail.com

Similar Posts