କଳାହାଣ୍ଡି:(ନ୍ୟୁଜଗ୍ୟାଲେରି) ଗୋଳମୁଣ୍ଡା, କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଜୟପାଟଣା ବ୍ଲକ ପଞ୍ଚାୟତ ସମିତି ସଂମିଲଣି କକ୍ଷ ଠାରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଜନଶୁଣାଣୀ ଶିବିରରେ ଧର୍ମଗଡ଼ ଉପ ଜିଲ୍ଲାପାଳ, ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୯ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଜଣଙ୍କୁ ସରକାରୀ ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

